Posted inRasifala

ରାଶିଫଳ: ମଙ୍ଗଳବାର , ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ମାନସିକ ଅସ୍ଥିରତା ମଧ୍ୟରେ ବ୍ୟସ୍ତବିବ୍ରତ କରାଇପାରେ। ଫଳରେ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇନେବାରେ ଅସୁବିଧା ହେବ। ବିଶେଷ ଗୁରୁତର ନ ହେଲେ ମଧ୍ୟ ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିପାରନ୍ତି। ଆଜି ଅଟକି ରହିଯାଇଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ।
ବୃଷ
ବୃଷ
ପ୍ରତି କ୍ଷେତ୍ରରେ ସମସ୍ୟାକୁ ସୁଧାରିନେବା ପାଇଁ ପ୍ରଯନତ୍ କରିବେ। ଗୃହ ସାଜସଜ୍ଜା କାମର ଚାପ ପ୍ରଭାବରୁ ଟେନ୍‌ସନ ଲାଗିରହିବ। ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ମାନସିକ ଅଶାନ୍ତିର କାରଣ ହୋଇପାରେ। ବିବାଦୀୟ ଘଟଣା ଭିନ୍ନ ରୂପ ଧାରଣ କରିପାରେ। ଆନୁଷ୍ଠାନିକ କାମକୁ ଆମନ୍ତ୍ରିତହୋଇ ଉପଢୌକନ ଓ ସମ୍ମାନ ପାଇପାରନ୍ତି।
ମିଥୁନ
ମିଥୁନ
ହସଖୁସି ପରିବେଶରେ ବନ୍ଧୁଙ୍କ ସହାନୁଭୂତିର ସୁଯୋଗ ଲାଭକରି ନିଜକୁ ଧନ୍ୟ ମନେକରିବେ। ଯେଉଁ କାମଟିକୁ ଆଜି ଯାଏଁ କରି ପାରୁ ନ ଥିଲେ ଆଜି ତାହା ସୁବିଧାରେ ହୋଇଯିବ। ଅଫିସରେ ଗୁରୁତ୍ୱପୂର୍ଣ୍ଣ କାମ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ। ଦେବଦର୍ଶନ ସାଙ୍ଗକୁ ନୂତନ ଦର୍ଶନୀୟ ସ୍ଥାନ ପରିଭ୍ରମଣର ସୁଯୋଗ ଜୁଟିବ।
କର୍କଟ
କର୍କଟ
ଆଜି ଯାହା କରିବା ପାଇଁ ଚିନ୍ତା କରିଛନ୍ତି ସେଥିରେ ଅସୁବିଧା ହେବନାହିଁ। କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହି ନ ପାରେ ଯାହାକି ଅସୁସ୍ଥତାର କାରଣ ହୋଇପାରେ। କର୍ମଜଞ୍ଜାଳର ବହୁଳତା କାରଣରୁ ଘରକଥା ବୁଝିବାକୁ ସମୟ ପାଇବେ ନାହିଁ। ବନ୍ଧୁ ପରିଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ହେତୁ ଆଶ୍ୱସ୍ତି ଲାଭ କରିବେ।
ସି˚ହ
ସି˚ହ
ଆଜି ପରିବାରରେ କିଛି ଅଭାବ ଓ ଅସୁବିଧାକୁ ନେଇ ଆଲୋଚନା ହୋଇପାରେ। ବାଣିଜ୍ୟ ବ୍ୟବସାୟ ପାଇଁ ଦିନଟି ଭଲ, କିନ୍ତୁ ସାମାନ୍ୟ ପ୍ରତିରୋଧ ଆସିବ। ସମ୍ପର୍କୀୟଙ୍କୁ କରଜ ଦେଇଥିବା ଟଙ୍କାକୁ କେନ୍ଦ୍ରକରି ଟଣା ଓଟରା ଲାଗିପାରେ। ଅବଶ୍ୟ ପୂର୍ବାଫାଲ୍‌ଗୁନୀ ନକ୍ଷତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ।
କନ୍ୟା
ଦୀର୍ଘଦିନ ହେଲା ଯେଉଁ କାମଟିକୁ ଆରମ୍ଭକରିବାକୁ ମନ ବଳାଇଥିଲେ ଆଜି ତାହା ସମ୍ପନ୍ନ କରିବେ। ଦକ୍ଷତା ଓ ପରୋପକାର ପ୍ରବୃତ୍ତି ଯୋଗୁ ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧିପାଇବ। ରାଜନୀତି, ସଙ୍ଗଠନ, ସାମ୍ବାଦିକତା ଏବଂ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଜିର ଯାତ୍ରା ସଫଳ ହେବାରୁ ଚିତ୍ରାର ମନ ଖୁସି ରହିବ।
ତୁଳା
ତୁଳା
ଆଜି ଭୁଲ୍‌ ବୁଝାମଣା କାରଣରୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। କଳା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର୍ର, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ବିବାଦୀୟ ଘଟଣାରେ ନୀରବ ରହିଲେ ସମସ୍ୟା ପ୍ରାୟତଃ ଆଗକୁ ବଢ଼ିପାରିବ ନାହିଁ।
ବିଛା
ବିଛା
ଦୀର୍ଘଦିନ ଧରି ଲାଗିରହିଥିବା ସ୍ବାସ୍ଥ୍ୟଗତ ସମସ୍ୟା ମନକୁ ନିରୁସତ୍ାହିତ କରିବ। ଯାହାଙ୍କଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ମନ ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ସମସ୍ୟା ବୃଦ୍ଧିପାଇଲେ ମଧ୍ୟ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
ଧନୁ
ଧନୁ
ଆମତ୍ୀୟଙ୍କ ସାହାଯ୍ୟ ସହଯୋଗର ଅଭାବ ଯୋଗୁ ଭାବିଚିନ୍ତି କାମ କରିବା ଭଲ ହେବ। ଅଫିସରଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇପାରନ୍ତି। ରୋଗପୀଡ଼ା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ଭ୍ରାତୃ ସମ୍ପର୍କରେ ଅବନତି ଦେଖାଦେଇପାରେ, ମାତ୍ର ଆର୍ଥିକ ସ୍ଥିତି ପୂର୍ବପରି ରହିବ।
ମକର
ମକର
ଭଲ ସମ୍ପର୍କ ନ ଥିବା ଲୋକମାନଙ୍କ ନିକଟରୁ ପ୍ରଶଂସା ଆଶା କରିବା ମୂଲ୍ୟହୀନ ହେବ। ଅନ୍ୟମାନଙ୍କ ଘରୋଇ କଥାରେ କିମ୍ବା କାମରେ ମୁଣ୍ଡ ପୂରାନ୍ତୁ ନାହିଁ। ସଭା ସମିତି, ଆନୁଷ୍ଠାନିକ କାମ, କ୍ରୀଡ଼ା ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ। ଆପୋସ ମିଳାମିଶା ଓ ସହମତିତା କାରଣରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ।
କୁମ୍ଭ
କୁମ୍ଭ
ସବୁ ଭଲ ଥିଲେ ମଧ୍ୟ ପୁଅଝିଅଙ୍କ ବାହାଘର ସମସ୍ୟା ନେଇ ବ୍ୟସ୍ତ ରହିପାରନ୍ତି। ଆକସ୍ମିକ ଭାବରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ଦିଗରେ ଜଣେ ପୁରୁଣା ବନ୍ଧୁ କିଛି ଖବର ନେଇ ଆସିପାରନ୍ତି। ପୂର୍ବସ୍ଥିରୀକୃତ ନୂଆ ଯୋଜନା କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେବେ। ନୀଚ ସଂସର୍ଗରୁ ଦୂରେଇ ନ ରହିଲେ ସମାଲୋଚିତ ହେବାକୁ ପଡ଼ିବ।
ମୀନମୀନ

ଗୋଟିଏ ସମସ୍ୟା ଶେଷ ନ ହେଉଣୁ ଅନ୍ୟ ଏକ ସମସ୍ୟାରେ ମନ ଭାରାକ୍ରାନ୍ତ ରହିବ। କର୍ମକ୍ଷେତ୍ରରେ ମନ୍ଥର ଗତି ଦେଖାଦେଇପାରେ, କିନ୍ତୁ କୌଣସି କାମ ଅଟକିବ ନାହିଁ। ବ୍ୟବସାୟ, ପରିବହନ, ନିର୍ମାଣ କ୍ଷେତ୍ରରେ ସମସ୍ୟା ଲାଗି ରହିବ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri