ରାଶିରେ ଏକାଧିକ ଗ୍ରହ ସହିତ ରାହୁ ଥିବାରୁ ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇବେ। ପୂର୍ବପରିକଳ୍ପିତ ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ।