Posted inRasifala

ରାଶିଫଳ: ଶନିବାର, ଡିସେମ୍ବର ୫ ତାରିଖ – Daily Horoscope

ମେଷ
ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ଦୃଢ଼ ପଦକ୍ଷେପ ନେଲେ କୃତକାର୍ଯ୍ୟ ହେବେ। ଅଫିସ୍‌ କାମରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବହୁତ ଆଲୋଚନା ଶେଷରେ ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ। ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ସହକର୍ମୀଙ୍କ ସୌହାଦ୍ଦ୍ୟରୁ ଉପକୃତ ହେବେ।
ବୃଷ
ବୃଷ
ପାରିବାରିକ କ୍ଷେତ୍ରରେ ଭଉଣୀଙ୍କ ସାହାଯ୍ୟ ପ୍ରତିଶ୍ରୁତିରୁ ଆଶ୍ୱସ୍ତି ଲାଭ କରିବେ। ଅଭିଳଷିତ ଦ୍ରବ୍ୟପ୍ରାପ୍ତିରେ ଅସହଯୋଗର ସମ୍ମୁଖୀନ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଯୋଗୁଁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ। ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି।
ମିଥୁନ
ମିଥୁନ
ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କଲେ ଉପକୃତ ହେବେ ଓ ମାନସିକ ଦ୍ୱନ୍ଦ୍ୱରୁ ରିହାତି ପାଇବେ। ସହକର୍ମୀଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ବ୍ୟବସାୟରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେବାର ଆଶଙ୍କା ରହିଛି।
କର୍କଟ
କର୍କଟ
ଦୀର୍ଘଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ଆଜି ଆକସ୍ମିକ ଭାବେ ପୁନଃ ପ୍ରତିଷ୍ଠିତ ହେବେ। ଭାବପ୍ରବଣ ବଶତଃ କିଛି କହି ଅପଦସ୍ଥ ହୋଇପାରନ୍ତି। ବାନ୍ଧବୀଙ୍କ ସହ ଆଳାପରେ ସମୟ କଟାଇପାରନ୍ତି। ଜମିଜମା କାରବାର ବୃଦ୍ଧି ପାଇଁ ଚେଷ୍ଟିତ ହେବେ। ମହିଳାମାନେ ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
ସି˚ହ
ସି˚ହ
ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ। କର୍ମକ୍ଷେତ୍ରରେ ଈର୍ଷା ପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ମାଲିମକଦ୍ଦମା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ। ସବୁ ପ୍ରକାରର ସୁବିଧା ଥିଲେ ସୁଦ୍ଧା ମଘା ନକ୍ଷତ୍ର ମାନସିକ ସ୍ତରରେ କଷ୍ଟ ପାଇବେ।
କନ୍ୟା
ହାତକୁ ନେଇଥିବା କାମଗୁଡିକ ଅଟକିବ ନାହିଁ ଏବଂ ସେଥିରେ ଆଶାଜନକ ଫଳ ପାଇବେ। ସରକାରୀ କାମରେ ହଠାତ୍‌ ବିଶ୍ୱସ୍ତ ସୂତ୍ରରୁ ଶୁଭ ଖବର ଶୁଣି ଖୁସି ହେବେ। ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ଲଢ଼ି ଶତ୍ରୁ ଅର୍ଜିବେ। ଉପରିସ୍ଥ ଆଦେଶାନୁସାରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ।
ତୁଳା
ତୁଳା
ପାରିବାରିକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ବିଭିନ୍ନ ସୂତ୍ରରୁ ରୋଜଗାର କରିବା ସଙ୍ଗକୁ ବିଳାସ ବ୍ୟସନରେ ସମୟ ଅତିବାହିତ କରିବେ। ବନ୍ଧୁମାନେ ସମସ୍ୟାକୁ ବଢାଇଦେଇ ପାରନ୍ତି। ଆନୁଷ୍ଠାନିକ କାମ କିମ୍ବା ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।
ବିଛା
ବିଛା
ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇ ସାମୟିକ ଦୁଃଖକୁ ଭୁଲିଯିବେ। ପଡୋଶୀଙ୍କ କାର୍ଯ୍ୟକଳାପରେ ଅତିଷ୍ଠ ହେବା କାରଣରୁ ମନରେ ବିରକ୍ତିଭାବ ସୃଷ୍ଟି ହେବ। ପରିସ୍ଥିତିରେ ପଡି ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ସାମାଜିକ ପ୍ରତିଷ୍ଠା ବଢିବା ସହ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ।
ଧନୁ
ଧନୁ
ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିଥିବାରୁ ଆବଶ୍ୟକୀୟ ସହଯୋଗ ପାଇବାରେ ଅସୁବିଧା ହେବନାହିଁ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ। ଦୀର୍ଘଦିନର ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ।
ମକର
ମକର
ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି। ଅନ୍ୟମନସ୍କ କିମ୍ବା ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁଁ କର୍ମକ୍ଷେତ୍ରରେ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ। ଆର୍ଥିକ ସ୍ଥିତି କ୍ରମଶଃ ବଦଳି ଯିବା କାରଣରୁ ଉଦ୍‌ବିଗ୍ନତା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ବିଶୃଙ୍ଖଳିତ ପରିସ୍ଥିତି ଲାଗି ରହିବା କାରଣରୁ କର୍ମକ୍ଷେତ୍ରରେ ଶିଥିଳତା ଦେଖାଦେବ। ପର କଥାରେ ମୁଣ୍ଡ ପୂରାଇ ଭୁଲ୍‌ ମାର୍ଗରେ ଗତି କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ଶେୟାର ବଜାରରେ କ୍ଷତିର ଆଶଙ୍କା ରହିଛି । ଭ୍ରାତୃ ସମ୍ପର୍କରେ ଅବନତି ଘଟିଲେ ହେଁ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ।
ମୀନମୀନ
ଯେତେ ଭଲ କାମ କଲେ ସୁଦ୍ଧା ଭଲ ପାଉ ନ ଥିବା ଲୋକଙ୍କ ଦ୍ୱାରା ସମାଲୋଚିତ ହେବେ। ଶିଳ୍ପ, ବାଣିଜ୍ୟ ଓ ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। ଗୃହ ନିର୍ମାଣରେ ଉନ୍ନତି ଘଟିବ କିନ୍ତୁ ସାମୟିକ ବିରୋଧର ସମ୍ମୁଖୀନ ହେବେ। ପ୍ରତ୍ୟେକ କ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri