Posted inRasifala

ରାଶିଫଳ: ବୁଧବାର, ଜାନୁଆରୀ ୬ ତାରିଖ – Daily Horoscope

ମେଷ
ଆଜିର କର୍ମକ୍ଷେତ୍ରରେ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ପରିବାରରେ ଆକସ୍ମିକ କଳହ ଲାଗିବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ପୁଞ୍ଜିଲଗାଣ ପାଇଁ ଦିନଟି ବହୁତ ଭଲ। ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ସନ୍ତାନଙ୍କ କୃତୀ ଓ କୃତିତ୍ୱରୁ ଖୁସି ରହିବେ।
ବୃଷ
ବୃଷ
ଆତ୍ମୀୟ ଓ ମିତ୍ରମାନଙ୍କ ସାହାଯ୍ୟ ସହଯୋଗ ନେଇ କାର୍ଯ୍ୟ ହାସଲ କରିବେ। ନୂତନ କର୍ମାରମ୍ଭ କ୍ଷେତ୍ରରେ ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଇ ଋଣଗ୍ରସ୍ତ ହେବାକୁ ପଡ଼ିବ। ଜମିଜମା କିଣାବିକା ବାବଦରେ ରହିଥିବା ସମସ୍ୟା ଦୂରୀଭୂତ ହୋଇଯିବ। ଅନ୍ୟ କାହା କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।
ମିଥୁନ
ମିଥୁନ
ବିଶ୍ରାମହୀନ କାମ ଓ ବିଶେଷ ଭ୍ରମଣ କାରଣରୁ ଆକସ୍ମିକ ସ୍ବାସ୍ଥ୍ୟହାନିର ଆଶଙ୍କା ରହିଛି। ପରିବାରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନରେ ପାଇପାରନ୍ତି। ଆର୍ଥିକ ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଘଟିବାରୁ ଖୁସି ହେବେ।
କର୍କଟ
କର୍କଟ
ପରିବାରର ବିଭିନ୍ନ ଅସୁବିଧା ବିଷୟ ଚିନ୍ତା କରି ମନରେ ଅସ୍ଥିରତା ଲାଗି ରହିବ। କେତେକ ଖଳପ୍ରକୃତିର ଲୋକମାନେ ଜାଣି ଶୁଣି ବିରୁଦ୍ଧାଚରଣ କରିପାରନ୍ତି। ଆଶା ଓ ବିଶ୍ୱାସ ନେଇ ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡ଼ିପାରନ୍ତି। କୌଣସି କ୍ଷେତ୍ରରେ ପୁଞ୍ଜିଲଗାଣ ପାଇଁ ମନ ବଳାଇବେ।
ସି˚ହ
ସି˚ହ
ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ମତଭେଦ ଦେଖାଦେଇପାରେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ବନ୍ଧୁଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ପ୍ରକାଶ କରିବେ। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହୋଇପାରନ୍ତି।
କନ୍ୟା
ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାମ ହାସଲ କରିବାରେ ସଫଳ ହେବେ। ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ। ଭାବପ୍ରବଣବଶତଃ ବନ୍ଧୁ କିମ୍ବା ସହକର୍ମୀଙ୍କୁ ଓଲଟା କଥା କହି ଅପଦସ୍ଥ ହେବେ। କଠୋର ପରିଶ୍ରମଜନିତ କ୍ଲାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି।
ତୁଳା
ତୁଳା
ସହକର୍ମୀଙ୍କ ସହ ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ଠିକ୍‌ ଠିକ୍‌ ହୋଇଯିବ। କର୍ମକ୍ଷେତ୍ରରେ ସ୍ପଷ୍ଟବାଦିତା ଓ ସହୃଦୟତା ହେତୁ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଜିଦ୍‌ଖୋର ପ୍ରବୃତ୍ତି ତ୍ୟାଗ କଲେ କେତେକାଂଶରେ ଉପକୃତ ହେବେ। ଆକସ୍ମିକ ଭାବେ ଯାନ୍ତ୍ରିକ ତ୍ରୁଟି ଯାତ୍ରାକୁ ବିଳମ୍ବିତ ହେବାର ଆଶଙ୍କା ରହିଛି।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରିଲେ ସଫଳତା ମିଳିବ। ନୀଚ ସଂସର୍ଗରୁ ଦୂରେଇ ରହନ୍ତୁ, ନତୁବା ସମସ୍ୟା ଜାଲରେ ଛନ୍ଦି ହୋଇପଡ଼ିବେ। ସନ୍ଧ୍ୟା ସୁଦ୍ଧା ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଶେଷ କରିପାରିବେନି। ପରିବହନ, ନିର୍ମାଣ, ଆଲୋଚନା, ସଭା ସମିତି ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ।
ଧନୁ
ଧନୁ
ପୂର୍ବାଲୋଚନାନୁଯାୟୀ ନୂତନ ସ୍ଥାନ ଭ୍ରମଣ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ବନ୍ଧୁଙ୍କ ପରାମର୍ଶରେ ନୂତନ କର୍ମାରମ୍ଭ ପ୍ରୀତିପଦ ହେବ ଓ ବୁଦ୍ଧିଜୀବୀଙ୍କ ଦ୍ୱାରା ପ୍ରଶଂସିତ ହେବେ। ବିବାଦୀୟ କ୍ଷେତ୍ରରେ ମଧ୍ୟସ୍ଥତା କଲେ ସମାଲୋଚିତ ହେବାକୁ ପଡିବ। ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସମ୍ପର୍କ ହାନି ଦୁଶ୍ଚିନ୍ତାକୁ ବଢାଇଦେବ।
ମକର
ମକର
ବନ୍ଧୁଙ୍କ ସହାୟତାରେ ଆର୍ଥିକ ଅନଟନଜନିତ ମନସ୍ତାପ ଦୂରୀଭୂତ ହୋଇଯିବ। ଅଫିସରେ ଏକାଧିକ କାମ ହାତକୁ ନେଇ ବିବ୍ରତତା ବୃଦ୍ଧି ପାଇବ। ନୂତନ କର୍ମାରମ୍ଭ, ଯାନବାହନ କ୍ରୟ, ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ବନ୍ଧୁଙ୍କ ବ୍ୟବହାରରେ ସନ୍ତୋଷ ପ୍ରକାଶ କରିପାରିବେ ନାହିଁ।
କୁମ୍ଭ
କୁମ୍ଭ
ନୂତନ ଯୋଜନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଅନ୍ୟମାନଙ୍କ କାନକୁହା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ବନ୍ଧୁ ଅସୁବିଧାରେ ପକାଇବେ ନାହିଁ ବରଂ ସାହାଯ୍ୟ କରିବେ। ବାଦବିବାଦ କ୍ରମେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ହାସଲ କରିବେ।
ମୀନମୀନ
ପ୍ରତିକୂଳ ସମୟ ଦେଇ ଗତି କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡିକୁ ଅସ୍ବାଭାବିକ ମନେ କରିବେ। ଅଫିସରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ କାମ ପୂର୍ଣ୍ଣାଙ୍ଗର ସୁଯୋଗ ପାଇବେ। ଅପ୍ରିୟ ସତକଥା କହି ବିରୋଧୀ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ପାରିବାରିକ ସମସ୍ୟାକୁ ନେଇ ମନ ଭଲ ରହିନପାରେ। କୃତ୍ତିକା ନକ୍ଷତ୍ର ସକାଶେ ସାଧାରଣ ଘଟଣାକୁ କେନ୍ଦ୍ର କରି ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବ।...

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ମନର ସ୍ଥିତିକୁ ଦୋଦୁଲ୍ୟମାନ ଅବସ୍ଥାରେ ରଖିପାରେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବାରେ ସଫଳ ହେବେ।...

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ ଆଜି ପରିବାରରେ ପିଲାମାନଙ୍କ ଶିକ୍ଷାସମସ୍ୟାର ସମାଧାନ ସାଙ୍ଗକୁ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ପରିବହନ ଓ ପ୍ରକାଶନରେ ସମସ୍ୟା ମୁକ୍ତ ରହିବେ।...

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜି ଦ୍ୱାଦଶ ଚନ୍ଦ୍ର କାରଣରୁ ସ୍ବାସ୍ଥ୍ୟସମସ୍ୟା, କରଜଦାତାଙ୍କ ଚାପ, ଦୂରଯାତ୍ରା କରିବାକୁ ପଡ଼ିପାରେ। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ବନ୍ଧୁଙ୍କ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ହିତୈଷୀଙ୍କ ପରାମର୍ଶରେ ନୂତନ କାମ କରିବା ସକାଶେ ମନ ବଳାଇବେ। ବିଶେଷ ଅସୁବିଧା ନ ହେଲେ ମଧ୍ୟ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ...

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ସହ ଅନୁକୂଳ ବାତାବରଣ ସୃଷ୍ଟିହେବ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଭଲ ଦିନଟିଏ କହିଲେ ଅତ୍ୟୁକ୍ତି...

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଚନ୍ଦ୍ର ଯୋଗୁ ଅର୍ଥ ଓ ସମ୍ମାନ ପାଇବା ସହ ଯାତ୍ରାରେ ଲକ୍ଷ୍ୟପୂରଣ ହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି...

ରାଶିଫଳ: ରବିବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ ପରିବାରର ସହମତି ଓ ସହଯୋଗ କାରଣରୁ ଆପଣଙ୍କ କାମ ନିର୍ବିଘ୍ନରେ ସମ୍ପନ୍ନ ହେବ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri