ମେଷ
ତୃତୀୟାଧିପ ରାଶ୍ୟାଧିପଙ୍କ ସଂଯୋଗରୁ ସାହାଯ୍ୟ ଲାଭ କରି ଆଶ୍ୱସ୍ତି ଅନୁଭବ କରିବେ। ତଥାପି ଚେଷ୍ଟା କରୁଥିବା କାମଟି ପାଇଁ କଠିନ ଶ୍ରମ କରିବାକୁ ପଡିବ। କିନ୍ତୁ ବାଣିଜ୍ୟ,ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ।
ଦୀର୍ଘଦିନରୁ ଅଟକି ରହିଥିବା କୌଣସି କାର୍ଯ୍ୟ ହଠାତ୍ ଆରମ୍ଭ କରିବାକୁ ମନସ୍ଥ କରିପାରନ୍ତି। ତୃତୀୟସ୍ଥ ମଙ୍ଗଳ ଯୋଗୁ ବନ୍ଧୁମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି। ବ୍ୟବସାୟ, ଯୋଗାଯୋଗ, ପରିବହନ, ପ୍ରଶାସନ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
ପରିସ୍ଥିତିକୁ ଲାଘବ କରିବା ସକାଶେ ପରିବାରରେ ହେଉ କିମ୍ବା ଅନ୍ୟାନ୍ୟ କ୍ଷେତ୍ରରେ ହେଉ ଭାବିଚିନ୍ତି କିଛି କହିବା ଭଲ ହେବ। ବହୁତଦିନରୁ ଦେହରେ ବସା ବାନ୍ଧିଥିବା ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ। ପାଖପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସଂପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।