Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜିର ଚତୁର୍ଥାଧିପ ଭାଗ୍ୟସ୍ଥାନକୁ ଅବଲୋକନ କରୁଥିବାରୁ ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା କରିବାକୁ ମନସ୍ଥ କରିପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସଙ୍ଗେ ସହମତିରେ କାର୍ଯ୍ୟକରିବା ଭଲ। ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି।
ବୃଷ
ବୃଷ
ଧନ ସ୍ଥାନରେ ଚନ୍ଦ୍ରଙ୍କ ସ୍ଥିତି ଭାଇ, ବନ୍ଧୁ ତଥା ଆମତ୍ୀୟସ୍ବଜନଙ୍କ ମାଧ୍ୟମରେ କାର୍ଯ୍ୟ ସମ୍ପନ୍ନ କରାଇବ। ବନ୍ଧଙ୍କ ପରୋକ୍ଷ କାର୍ଯ୍ୟାବଳୀ ଅସ୍ଥିରତାର କାରଣ ହୋଇପାରେ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋର୍‌ଦାର କରିପାରନ୍ତି। କୌଣସି ଆମତ୍ୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍ଧ ହେବେ।
ମିଥୁନ
ମିଥୁନ
ଧନାଧିପତି ରାଶିରେ ଅବସ୍ଥାନକରି ମହତ କାମରେ ବ୍ୟୟ ବରାଦ କରାଇବେ। ବନ୍ଧୁଙ୍କ ସାହାଯ୍ୟ ଲାଭକରି ନୂତନ କାମ ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ପୂର୍ବ ନିର୍ଦ୍ଧାରିତ ଯୋଜନାନୁଯାୟୀ ସାଙ୍ଗମାନଙ୍କ ସହ ଭ୍ରମଣ ସୁଯୋଗ ଲାଭ କରିବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ତ ପ୍ରକାର ସୁବିଧା ହାସଲକରି କାର୍ଯ୍ୟ ସାଧନ କରିବେ। ଲାଭଭାବସ୍ଥ ଗୁରୁ କୃପାରୁ ବାଣିଜ୍ୟ, ଶିଳ୍ପ, ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାରେ ପଡ଼ୋଶୀଙ୍କ ଅବଦାନ ରହିବ। ନିଜର ଜିଦ୍‌କୁ ପ୍ରାଧାନ୍ୟ ଦେଇ ପରିବାରରେ ଅଯଥା କଳହଜନିତ ବିତର୍କ ଲାଗିପାରେ।
ସି˚ହ
ସି˚ହ
ଯେତେ ସୁବିଧା ସୁଯୋଗ ସୃଷ୍ଟିକଲେ ମଧ୍ୟ ଅନ୍ୟମାନଙ୍କ ଭୁଲ୍‌ ଧାରଣା ହଠାତ୍‌ ବଦଳି ନ ପାରେ। ଯାତ୍ରା କାଳରେ ସତର୍କରେ ନ ଚଳିଲେ ବିବାଦରେ ପଡ଼ିପାରନ୍ତି। ସଭାସମିତିରେ, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଅତୀତରେ ସ୍ଥାନାନ୍ତରିତ ପ୍ରବାସରେ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତତା ହ୍ରାସ ପାଇବ।
କନ୍ୟା
ଆଜି ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ପଡ଼ୋଶୀଙ୍କ ସହ ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଅଂଶୀଦାରଙ୍କ ସାହଚର୍ଯ୍ୟରେ ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ପରିବାରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ଚିନ୍ତିତ ହେବେ।
ତୁଳା
ତୁଳା
ଆଜିର ଚନ୍ଦ୍ରଙ୍କ ସ୍ଥିତିଜନିତ ଅବସାଦଗ୍ରସ୍ତ ହୋଇପାରନ୍ତି। ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ନ ହେଲେ ସମସ୍ୟା ଭୋଗିପାରନ୍ତି। ପରିବାରରେ ସୁଖ ଶାନ୍ତି ରାଜୁତିକରିବ, କିନ୍ତୁ ଏଥିପାଇଁ କିଛିଟା ସ୍ବାର୍ଥତ୍ୟାଗ ଜରୁରୀ ହୋଇପାରେ। ବ୍ୟବସାୟ ଓ ପରିବହନରେ, କଳା ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ।
ବିଛା
ବିଛା
ଶାଳୀନତାପୂର୍ଣ୍ଣ ବ୍ୟବହାରରେ ବନ୍ଧୁଙ୍କୁ ଆପଣେଇ ନେବେ। ଆଜିର ଯାତ୍ରା ସମୟରେ, ବନ୍ଧୁମିଳନରେ, ଆଲୋଚନା ଅଥବା ସଭା ସମିତିରେ ଆଗ୍ରହୀ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନ୍‌ସନ ବଢ଼ିପାରେ। ଦୀର୍ଘଦିନରୁ ଚାଲିଥିବା ମାଲିମକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯାଇପାରେ।
ଧନୁ
ଧନୁ
ବିରକ୍ତିବୋଧଜନିତ ଆପଣଙ୍କ ରୁକ୍ଷ ଭାଷାର କଠୋରତା ଓ ଜିଦ୍‌ ସମସ୍ୟା ସୃଷ୍ଟି କରିପାରେ। କୌଶଳପୂର୍ଣ୍ଣ କଥା ମାଧ୍ୟମରେ ବନ୍ଧୁଙ୍କୁ ମନାଇ କାମ ହାସଲ କରିିବେ। ଆଜି ଦେବଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବା ସମ୍ଭାବନା ରହିଛି। ଅର୍ଥସଙ୍କଟ ଲାଗି ରହିବା ହେତୁ ପରିବାରର ଖର୍ଚ୍ଚକାଟର ବ୍ୟବସ୍ଥା କରିପାରନ୍ତି।
ମକର
ମକର
ଯେତେ ସହି ସମ୍ଭାଳି କାମ କଲେ ମଧ୍ୟ ଅନ୍ୟମାନଙ୍କ ବେଖାତିର ଓ ଶ୍ରୁତିକଟୁ ବ୍ୟବହାରରୁ ଅସନ୍ତୁଷ୍ଟ ରହିବେ। ଈର୍ଷାପରାୟଣ ହୋଇ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ବାଣିଜ୍ୟ, ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାତ୍ରାକାଳୀନ ଯାନବାହନରେ ସତର୍କ ରହିବା ଭଲ, ଅନ୍ୟଥା ସମସ୍ୟା ଆସିପାରେ।
କୁମ୍ଭ
କୁମ୍ଭ
ଆପଣଙ୍କ କାମ ହାସଲରେ ବନ୍ଧୁଙ୍କ ବାଚନିକ ସାହାଯ୍ୟ ସାମାନ୍ୟ ସହାୟକ ହୋଇପାରେ। ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସନ୍ତୁ ନାହିଁ। ଆଜିର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହିବା ଭଲ ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ।
ମୀନମୀନ

ସାମାଜିକ ସ୍ତରରେ ନିଜ ଲୋକମାନଙ୍କ ଚାଲି ଚଳନ ଓ ଆଚାର ବ୍ୟବହାରକୁ ନାପସନ୍ଦ କରି ପାରନ୍ତି। ଦୀର୍ଘଦିନରୁ ପାଉ ନ ଥିବା ଅର୍ଥକୁ କୌଶଳ ପ୍ରୟୋଗକରି ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ବ୍ୟବସାୟରେ ଲାଭ ମିଳିବ, ମାତ୍ର ଋଣ ପରିଶୋଧ କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସକାଳୁ ପ୍ରିୟଜନଙ୍କ ସହ କାର୍ଯ୍ୟାରମ୍ଭର ଯୋଜନା କରିପାରନ୍ତି। ଧାର ନେଇଥିବା ବ୍ୟକ୍ତିଟି ପରିଶୋଧର ପ୍ରତିଶ୍ରୁତି ଦେଇ ଟାଳଟୁଳ ନୀତି ଅବଲମ୍ବନ କରିବେ। ହୋଟେଲ...

ରାଶିଫଳ: ରବିବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ପାରିବାରିକ ସମସ୍ୟାକୁ ନେଇ ମନ ଭଲ ରହିନପାରେ। କୃତ୍ତିକା ନକ୍ଷତ୍ର ସକାଶେ ସାଧାରଣ ଘଟଣାକୁ କେନ୍ଦ୍ର କରି ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବ।...

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ମନର ସ୍ଥିତିକୁ ଦୋଦୁଲ୍ୟମାନ ଅବସ୍ଥାରେ ରଖିପାରେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବାରେ ସଫଳ ହେବେ।...

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ ଆଜି ପରିବାରରେ ପିଲାମାନଙ୍କ ଶିକ୍ଷାସମସ୍ୟାର ସମାଧାନ ସାଙ୍ଗକୁ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ପରିବହନ ଓ ପ୍ରକାଶନରେ ସମସ୍ୟା ମୁକ୍ତ ରହିବେ।...

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜି ଦ୍ୱାଦଶ ଚନ୍ଦ୍ର କାରଣରୁ ସ୍ବାସ୍ଥ୍ୟସମସ୍ୟା, କରଜଦାତାଙ୍କ ଚାପ, ଦୂରଯାତ୍ରା କରିବାକୁ ପଡ଼ିପାରେ। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ବନ୍ଧୁଙ୍କ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ହିତୈଷୀଙ୍କ ପରାମର୍ଶରେ ନୂତନ କାମ କରିବା ସକାଶେ ମନ ବଳାଇବେ। ବିଶେଷ ଅସୁବିଧା ନ ହେଲେ ମଧ୍ୟ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ...

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ସହ ଅନୁକୂଳ ବାତାବରଣ ସୃଷ୍ଟିହେବ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଭଲ ଦିନଟିଏ କହିଲେ ଅତ୍ୟୁକ୍ତି...

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଚନ୍ଦ୍ର ଯୋଗୁ ଅର୍ଥ ଓ ସମ୍ମାନ ପାଇବା ସହ ଯାତ୍ରାରେ ଲକ୍ଷ୍ୟପୂରଣ ହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri