ଦୈନିକ ସଂକ୍ରମଣ-ସକ୍ରିୟ ମାମଲା ତଳ ମୁହାଁ…

ନୂଆଦିଲ୍ଲୀ, ୧୧।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୮ ହଜାର ତଳେ ରହିଛି। ମହାରାଷ୍ଟ୍ର,କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୧୧ ଶହ ଉପରେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ପୁଣି ୬ ହଜାର ତଳେ ରହିଛି। ଏହା ୫,୦୭୨ରହିଛି। ଗୋଟିଏ ଦିନ ତଳେ ଏହା ୫,୫୫୨ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୭ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୬ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୪୭ ହଜାର ୯୪୫ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୪୮ ହଜାର ୮୫୦ ଥିଲା। ସେହିପରି ୨୪ ଘଣ୍ଟାରେ ୫ ହଜାର ୯୭୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୬ ହଜାର ୩୨୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୧୫୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୪ ଲକ୍ଷ ୯୫ ହଜାର ୩୫୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୯ ଲକ୍ଷ ୧୯ ହଜାର ୨୬୪ ଜଣ ସୁସ୍ଥ ହୋଇ ସାରିଛନ୍ତି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।

Share