ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୯।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୪ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଛି। ଦୈନିକ ସଂକ୍ରମଣ ପୁଣି ବଢ଼ି ୯ ଶହ ତଳେ ରହିଛି। ଏହା ୮୧୧ ରହିଛି। ଗୋଟିଏ ଦିନ ତଳେ ଏହା ୬୨୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୧୩ ହଜାର ୫୫୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୪ ହଜାର ୨୧ ଥିଲା। ସେହିପରି ୨୪ ଘଣ୍ଟାରେ ୧ ହଜାର ୨୭୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହି ସଂଖ୍ୟା ୧ ହଜାର ୧୧୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୫୧୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୬୨ ହଜାର ୯୫୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୧୮ ହଜାର ୮୮୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share