ଦୈନିକ ସଂକ୍ରମଣ ଉପର ମୁହାଁ…

ନୂଆଦିଲ୍ଲୀ, ୨।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨୭ ହଜାର ୫୫୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୮୪ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୯ ହଜାର ୨୪୯ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୭ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୨୨ ହଜାର ୮୦୧ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୬୮ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୭୯ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୩୫ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୧ ହଜାର ୭୭୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୪୫ କୋଟି ୪୪ ଲକ୍ଷ ୧୩ ହଜାର ୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୨୫ ଲକ୍ଷ ୭୫ ହଜାର ୨୨୫ ଲୋକଙ୍କ ଟିକାଦାନ କରାଯାଇଛି।

ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୨ ଲକ୍ଷ ୮୪ ହଜାର ୫୬୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଟିକାଦାନ ସତ୍ତ୍ୱେ ଦୈନିକ ସଂକ୍ରମଣ-ମୃତ୍ୟୁସଂଖ୍ୟା ନ ଥମିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

Share