Categories: ଜାତୀୟ

ଦୈନିକ ସଂକ୍ରମଣ ୧୪୦, ସକ୍ରିୟ ମାମଲା ୦.୦୧ ପ୍ରତିଶତ…

ନୂଆଦିଲ୍ଲୀ, ୧୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୩ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ୨ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ଏହା ୧୪୦ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୮୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨ ହଜାର ୪୫୦ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୨ ହଜାର ୫୦୧ ଥିଲା। ସେହିପରି ୨୪ ଘଣ୍ଟାରେ ୧୮୮ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨୪୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୯୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୯୨ ହଜାର ୭୮୮ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୮ ହଜାର ୪୪୭ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି।

Share