ଥମୁଛି ଦୈନିକ ସଂକ୍ରମଣ-ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୨।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର ତଳେ ରହିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ଶହ ତଳେ ରହିଛି। ଏହା ୧୫୯ ରହିଛି। ଗୋଟିଏ ଦିନ ତଳେ ଏହା ୧୭୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୩ ହଜାର ୯୦୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୯୧୩ ଥିଲା। ସେହିପରି ୨୪ ଘଣ୍ଟାରେ ୧୬୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩୦୩ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୫୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୪ ହଜାର ୯୮୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୦ ହଜାର ୪୧୭ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share