Categories: ଜାତୀୟ

ଦୈନିକ ସଂକ୍ରମଣ ୩୯ ମାସ ମଧ୍ୟରେ ସର୍ବନିମ୍ନ ସ୍ତରରେ…

ନୂଆଦିଲ୍ଲୀ, ୨୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୧୭ ଶହରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩୯ ମାସ ମଧ୍ୟରେ ସର୍ବନିମ୍ନ ସ୍ତରରେ ପଞ୍ଚିଛି। ଗତ ୨୪ ଘଣ୍ଟାରେ ଏହା ୩୩ ଛୁଇଁଛି। ମାର୍ଚ୍ଚ ୨୦୨୦ ପରେ ଏହା ସର୍ବନିମ୍ନ ରହିଛି। ଏହି ସମୟରେ ସକ୍ରିୟ ମାମଲା ୧ ହଜାର ୮୪୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୬୦୬ ଥିଲା।
ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୯୦୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୯୪ ହଜାର ୩୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୬୦ ହଜାର ୫୨୩ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି।

Share