୨ ହଜାର ତଳେ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୩୦ରୁ କମ୍‌…

ନୂଆଦିଲ୍ଲୀ, ୧୪।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୨ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୧ ହଜାର ୯୦୧ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୩୦ରୁ କମ୍‌ ଅଛି। ମୃତ୍ୟୁ ସଂଖ୍ୟା ୨୭ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି।

ଏହି ସମୟରେ ସକ୍ରିୟ ମାମଲା ୪୦ ହଜାର ତଳେ ପହଞ୍ଚିଛି। ଏହା ୩୬ ହଜାର ୧୬୮ ରହିଛି। ସେହିପରି ୨୪ ଘଣ୍ଟାରେ ୪ ହଜାର ୩୭୭ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୫ ହଜାର ୮୭୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୯ ଲକ୍ଷ ୯୩ ହଜାର ୪୯୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୪୧ ହଜାର ୪୯୯ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୦ କୋଟି ୨୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୧୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୮ କୋଟିରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୮୮୫ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୨୫୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share