ନୂଆଦିଲ୍ଲୀ, ୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୩୧ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୨,୯୫୮ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୪ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୩୦ ହଜାର ୪୧ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୬,୧୩୫ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୬୫୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୬୭ ହଜାର ୨୫୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫ ହଜାର ୫୫୦ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।