୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୨।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ ସଂଖ୍ୟା ୪୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୧୫୪ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୭୨୪ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୯ ହଜାର ୬୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ବଢ଼ିବାରେ ଲାଗିଛି। ଏହା ୯୭.୨୨ ପ୍ରତିଶତ ଛୁଇଁଛି। ଅପରପକ୍ଷରେ ୪ ଲକ୍ଷ ୫୦ ହଜାର ୮୯୯ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮ ହଜାର ୭୬୪ ଛୁଇଁଛି। ବର୍ତ୍ତମାନ ସୁଦ୍ଧା ୩୭ କୋଟି ୭୩ ଲକ୍ଷ ୫୨ ହଜାର ୫୦୧ଜଣ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ଇତିମଧ୍ୟରେ ୪୩ କୋଟି ୨୩ ଲକ୍ଷ ୧୭ ହଜାର ୮୧୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୪ ହଜାର ୭୧୩ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ଅପରପକ୍ଷରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୮ ଲକ୍ଷ ୭୪ ହଜାର ୩୭୬ରେ ପହଞ୍ଚିଛି।

Share