ଦୈନିକ ସଂକ୍ରମଣ ୭ ଶହ ତଳେ…

ନୂଆଦିଲ୍ଲୀ, ୨୦।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୧ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମ ୭ ଶହ ତଳେ ରହିଛି। ଏହା ୬୬୪ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା କମି ୩୬ ରେ ପହଞ୍ଚିଛି।

ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୧ ହଜାର ୧୬୬ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୩ ହଜାର ୯୦୦ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୭ ହଜାର ୨୮୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୩ ଲକ୍ଷ ୨୭ ହଜାର ୮୯୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୬ ଲକ୍ଷ ୯୯ ହଜାର ୪୩୫ ଜଣ ସୁସ୍ଥ ହୋଇ ସାରିଛନ୍ତି।

ମହାରାଷ୍ଟ୍ର, କେରଳ, କର୍ନାଟକ ଏବଂ ଦିଲ୍ଲୀରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି। ଦିଲ୍ଲୀରେ ମାସ୍କ ନପିନ୍ଧିଲେ ଜରିମାନା ଆଦାୟ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି।

Share