Categories: ଜାତୀୟ

ଦୈନିକ ସଂକ୍ରମଣ ୮ ଶହ ତଳେ…

ନୂଆଦିଲ୍ଲୀ, ୨୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୯ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ଶହରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୭୫୪ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୭୭୯ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୬ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହ ୩ ଥିଲା ା ଏହି ସମୟରେ ସକ୍ରିୟ ମାମଲା ୮ ହଜାର ୧୧୫ ରେ ପହଞ୍ଚିଛି। ଗୋଟତଏ ଦିନ ତଳେ ଏହା ୮ ହଜାର ୬୭୫ ଥିଲା। ସେହିପରି ୨୪ ଘଣ୍ଟାରେ ୧,୩୦୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧,୧୯୩ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୩୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୮୬ ହଜାର ୪୬୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୪୬ ହଜାର ୫୧୪ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share