୪ ହଜାର ମୁହାଁ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୨୬…

ନୂଆଦିଲ୍ଲୀ, ୪।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୪ ହଜାର ମୁହାଁ ହୋଇଛି। ଏହା ବଢ଼ି ୩ ହଜାର ୯୬୨ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୨୬ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ପୁଣି ୨୨ ହଜାର ଟପିଛି। ଏହା ୨୨ ହଜାର ୪୧୬ ରହିଛି।

ସେହିପରି ୨୪ ଘଣ୍ଟାରେ ୨ ହଜାର ୬୯୭ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୬୭୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୭୨ ହଜାର ୫୪୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୨୫ ହଜାର ୪୫୪ ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ କେରଳରେ ୧,୨୭୮ ଜଣ, ମହାରାଷ୍ଟ୍ରରେ ୧,୧୩୪ ଜଣ, ଦିଲ୍ଲୀରେ ୩୪୫ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୨୨୬ ଜଣ, କର୍ନାଟକରେ ୨୫୯ ଜଣ, ଉତ୍ତରପ୍ରଦେଶରେ ୧୯୨ ଜଣ, ତାମିଲନାଡୁରେ ୧୧୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୪ କୋଟିରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୨ କୋଟି ୯୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଞ୍ଚଳିକ ଦଳ ଉପରେ ପୁନଃ ଆସ୍ଥାପ୍ରକଟ କଲେ ଝାଡ଼ଖଣ୍ଡବାସୀ: ବିଜେଡି

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ): ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇଛି। ଝାଡ଼ଖଣ୍ଡରେ ହେମନ୍ତ ସୋରେନଙ୍କ ନେତୃତ୍ୱରେ ଜେଏମ୍‌ଏମ୍‌ର ବିଜୟ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ଆଞ୍ଚଳିକ...

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ଉପରେ ନଜର

ମୁମ୍ବାଇ ,୨୪ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ମହାୟୁତି ମେଣ୍ଟ ବଡ଼ ବିଜୟ ହାସଲ କରିଥିବାବେଳେ କିଏ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ, ତାହା ଉପରେ...

ମହାରାଷ୍ଟ୍ରରେ ମହାୟୁତି, ଝାଡ଼ଖଣ୍ଡରେ ଜେଏମ୍‌ଏମ୍‌+

ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଜନାଦେଶ ଶାସକ ମେଣ୍ଟ ସପକ୍ଷରେ ଆସିଛି। ମହାରାଷ୍ଟ୍ର ମତଦାତା ‘ଲଡ୍‌କି ବହିନ’ ଭଳି ଯୋଜନାଗୁଡ଼ିକୁ ନେଇ ମହାୟୁତି ଉପରେ...

ପରାଜୟ ପରେ ଇଭିଏମ୍‌କୁ ଦୋଷଦେଲେ ବିରୋଧୀ

ନୂଆଦିଲ୍ଲୀ ,୨୩ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତି ମେଣ୍ଟ ବିଜୟୀ ହେବା ପରେ ବିରୋଧୀ ମହା ବିକାଶ ଅଘାଡ଼ି(ଏମ୍‌ଭିଏ) ଇଭିଏମ୍‌କୁ ଦୋଷ ଦେଇଛି। ଭାଜପାକୁ ଫାଇଦା...

ମହାରାଷ୍ଟ୍ରରେ ବିଜୟ ସବୁ ରେକର୍ଡ ଭାଙ୍ଗିଲା: ମୋଦି

ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ରରେ ମହାୟୁତିର ବଡ଼ ବିଜୟ ପରେ ଦିଲ୍ଲୀ ଭାଜପା ମୁଖ୍ୟାଳୟରେ କର୍ମୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଦ୍‌ବୋଧନ ଦେଇ ମୋଦି କହିଛନ୍ତି,...

ଏନ୍‌ସିପିର ସବୁଠୁ ଖରାପ ପ୍ରଦର୍ଶନ

ମୁମ୍ବାଇ ,୨୩ା୧୧: ଭାରତୀୟ ରାଜନୀତିରେ ଅନ୍ୟତମ ଟାଣୁଆ ନେତା ଶରଦ ପାଓ୍ବାରଙ୍କ ରାଜ୍ୟ ସଭା କାର୍ଯ୍ୟକାଳ ୨୦୨୬ରେ ଶେଷ ହେବାକୁ ଯାଉଥିବା ବେଳେ ସେ ରାଜନୀତିରେ...

କ’ଣ ୯୯% ଚାର୍ଜ ଥିବା ଇଭିଏମ୍‌ ବ୍ୟାଟେରୀ ଯୋଗୁ ହାରିଗଲେ ସ୍ବରା ଭାସ୍କରଙ୍କ ସ୍ବାମୀ? ଜାଣନ୍ତୁ ଅଭିଯୋଗରେ…

ମୁମ୍ବାଇ,୨୩।୧୧:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଅଭିନେତ୍ରୀ ସ୍ବରା ଭାସ୍କର। ତାଙ୍କର ସ୍ବାମୀ ନିର୍ବାଚନରେ ପରାଜିତ ହେବା ପରେ ପୁରା ଦିନ ଭୋଟିଂ...

ନାଣ୍ଡେଡ୍‌ ଲୋକ ସଭା ଆସନ ହାତେଇଲା ଭାଜପା

ଓ୍ବାୟନାଡ୍‌,୨୩ା୧୧: ମହାରାଷ୍ଟ୍ରର ନାଣ୍ଡେଡ୍‌ ଲୋକ ସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସନ୍ତୁକରାଓ ମାରୋତରାଓ ହମ୍ବାର୍ଡେ ବିଜୟୀ ହୋଇଛନ୍ତି। ସେଠାରୁ ନିର୍ବାଚିତ ହୋଇଥିବା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri