ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୫୪ ହଜାର ୬୯ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୧,୩୨୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୬୮ ହଜାର ୮୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୬ ଲକ୍ଷ ୨୭ ହଜାର ୫୭ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୩୦ କୋଟି ୧୬ ଲକ୍ଷ ୨୬ ହଜାର ୨୮ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୯ କୋଟି ୭୮ ଲକ୍ଷ ୩୨ ହଜାର ୬୬୭ରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୩ ଲକ୍ଷ ୯୧ ହଜାର ୯୮୧ ଛୁଇଁଛି।

Share