ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୧ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ହଜାରେ ଉପରେ ରହିଛି। ଏହା୧,୧୦୮ ରହିଛି। ଗୋଟିଏ ଦିନ ତଳେ ଏହା ୮୨୯ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରହିଛି ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨୦ ହଜାର ୮୨୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୧ ହଜାର ୬୦୭ ଥିଲା। ସେହିପରି ୨୪ ଘଣ୍ଟାରେ ୧ ହଜାର ୮୯୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧ ହଜାର ୭୭୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୯୮୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୪୬ ହଜାର ୮୮୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୯୭ ହଜାର ୭୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share