ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୪।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୨ ଶହ ରହିଛି। ଏହା ବଢ଼ି ୨୦୦ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା କମି ୩ ହଜାର ୩୯୭ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୮୩ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୯୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୬ ହଜାର ୮୭୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୨ ହଜାର ୭୯୧ ଜଣ ସୁସ୍ଥ ହୋଇ ସାରିଛନ୍ତି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର ତଳେ ରହିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Share