ନୂଆଦିଲ୍ଲୀ, ୪।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ହଜାରେ ତଳେ ରହିଛି। ଏହା ୯୧୩ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୫ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୧୩ ରେ ପହଞ୍ଚିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି। ଏହା ୧୨ ହଜାର ୫୯୭ ରହିଛି।
ସେହିପରି ୨୪ ଘଣ୍ଟାରେ ୧ ହଜାର ୩୧୬ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୩୫୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୨୯ ହଜାର ୪୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୯୫ ହଜାର ୮୯ ଜଣ ସୁସ୍ଥ ହୋଇ ସାରିଛନ୍ତି।
ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୪ କୋଟି ୭୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୩୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍ ଥିବାବେଳେ ୭୯ କୋଟି ୬୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍ ରହିଛି।
ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୩୧୦ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୧୧୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।