ଦୈନିକ ସଂକ୍ରମଣ ୯ ଶହ ତଳେ,୧୩ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୨।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୩ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଛି। ଦୈନିକ ସଂକ୍ରମଣ ପୁଣି ବଢ଼ି ୯ ଶହ ତଳେ ରହିଛି। ଏହା ୮୩୦ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା କମି ୧୨ ହଜାର ୫୫୩ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧ ହଜାର ୨୪ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୫୨୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୬୫ ହଜାର ୬୪୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୨୨ ହଜାର ୫୬୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share