Posted inଜାତୀୟ

ଦୈନିକ ସଂକ୍ରମଣ ୮୮…

ନୂଆଦିଲ୍ଲୀ, ୧୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୨ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ଶହେ ତଳେ ରହିଛି। ଗତ ୨୪ ଘଣ୍ଟାରେ ଏହା ୮୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୦୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧ ହଜାର ୯୨୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୯୮୩ ଥିଲା। ସେହିପରି ୨୪ ଘଣ୍ଟାରେ ୧୪୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୪୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୯୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୯୩ ହଜାର ୪୮୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୯ ହଜାର ୬୬୦ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ନୀତୀଶ ଦେବେ ବଡ ଉପହାର

ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ...

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ...

ନାଇଡୁଙ୍କ ଉପରେ ଦୋଷ ଲଦି ତିରୁପତି ଲଡୁ ବିବାଦକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜଗନ ରେଡ୍ଡୀ

ତିରୁପତି,୨୨।୯: ତିରୁପତି ଲଡୁ ବିବାଦକୁ ନେଇ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଦାବି କରିଛନ୍ତି ଯେ ଲଡୁ ପ୍ରସାଦରେ ପଶୁ...

କଂଗ୍ରେସର ହାର୍ଟବିଟ ବଢାଉଛି ଶୈଳଜାଙ୍କ ନିରବତା

ନୂଆଦିଲ୍ଲୀ,୨୨।୯: ହରିୟାଣାରେ ବିଧାନସଭା ନିର୍ବାଚନର ଉତ୍ସାହ ଜୋରସୋରରେ ଚାଲିଛି, କିନ୍ତୁ ଏହି ନିର୍ବାଚନ ଶବ୍ଦ ମଧ୍ୟରେ କଂଗ୍ରେସର ବରିଷ୍ଠ ନେତା କୁମାରୀ ଶୈଳଜାଙ୍କ ନିରବତା ଅନେକ...

ହିନ୍ଦୁମାନଙ୍କ ଭାବନା ସହ ଖେଳାଯାଇଛି, ରବିଶଙ୍କର କହିଲେ କେବଳ ଲଡୁ ନୁହେଁ…

ହାଇଦ୍ରାବାଦ,୨୨ା୯: ତିରୁପତି ବାଲାଜୀଙ୍କ ଲଡୁକୁ ନେଇ ତୁଟୁନି ବିବାଦ। ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ରବିଶଙ୍କର। ୧୮୫୭ ସିପାହୀ ବିଦ୍ରୋହ...

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ।...

ଦିଲ୍ଲୀରେ ରହିବାକୁ ମୋର ଘର ନାହିଁ, କାହିଁକି ଏମିତି କହିଲେ କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୨୨ା୯: ଆମ୍‌ ଆଦ୍‌ମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ରବିବାର ଦିଲ୍ଲୀର ଜନ୍ତରମନ୍ତରରେ ଆୟୋଜିତ ହୋଇଥିବା ‘ଜନତା କି ଅଦାଲତ’ରେ ଭାଗ ନେଇଥିଲେ। ଏହା...

ଆପଣ ବ୍ୟବହାର କରୁଥିବା ଘିଅରେ ମିଶୁଥାଇପାରେ ପଶୁଚର୍ବି-ମାଛତେଲ, ଜାଣନ୍ତୁ କିପରି ପ୍ରସ୍ତୁତ ହୁଏ ଏହି ଘିଅ

ନୂଆଦିଲ୍ଲୀ,୨୨।୯: ତିରୁପତି ବାଲାଜୀ ମନ୍ଦିର ପ୍ରସାଦ ଲଡୁରେ ପଶୁ ଚର୍ବି ଓ ମାଛ ତେଲ ମିଶାଇବା ଘଟଣାରେ ସାରା ଦେଶ ଉଠୁଛି ପଡୁଛି। ଏହାକୁ ନେଇ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri