ଡାଲି ବ୍ୟବସାୟୀ ଫାରୁକ୍‌ ହତ୍ୟା ମାମଲା : ଡି-ବ୍ରଦର୍ସ ନିର୍ଦ୍ଦୋଷରେ ଖଲାସ

କଟକ ଅଫିସ,୧୫।୫: କଟକ ମାଲଗୋଦାମ ଡାଲି ବ୍ୟବସାୟୀ ସେକ୍‌ ଫାରୁକ ହତ୍ୟା ମାମଲାରେ ଡି-ବ୍ରଦର୍ସ ସୋମବାର ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଉଭୟ ସୁଶାନ୍ତ ଧଳସାମନ୍ତ ଓ ସୁଶୀଲ ଧଳସାମନ୍ତଙ୍କ ସହ ତାଙ୍କ ସହଯୋଗୀ ଆରିଫ ଖାଁ ମଧ୍ୟ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ୩ ଅଭିଯୁକ୍ତଙ୍କୁ କଟକ ଜିଲା ଓ ଦୌରାଜଜ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଏହି ମାମଲାରେ କେବଳ ଭରତ ସ୍ବାଇଁ ନାମକ ଅଭିଯୁକ୍ତ ଫେରାର ଅଛି । ପୂର୍ବରୁ ଅନ୍ୟ ୪ ଅଭିଯୁକ୍ତଙ୍କୁ କୋର୍ଟ ଦୋଷମୁକ୍ତ କରିଥିଲେ ।
୨୦୧୪ ମସିହା ନଭେମ୍ବର ମାସ ୧୨ ତାରିଖରେ ମାଲଗୋଦାମ ଡାଲି ବ୍ୟବସାୟୀ ଫାରୁକ ଗୁଳିକାଣ୍ତର ଶୀକାର ହୋଇଥିଲେ । ଫଳରେ ଫାରୁକଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ତାଙ୍କ ଗୋଦାମର ଜଣେ କର୍ମଚାରୀ ଗୁରୁତର ହୋଇଥିଲେ । ଦାଦାବଟି ଯୋଗୁ ଏହି ହତ୍ୟାକାଣ୍ତ ହୋଇଥିଲା ବୋଲି ପୋଲିସ କହିଥିଲା। ପରେ କଟକ ସହରର ଚର୍ଚ୍ଚିତ ଡି ବ୍ରଦର୍ସଙ୍କ ନାଁ ଏଥିରେ ଯୋଡ଼ାଯାଇଥିଲା। ଧଳ ଭ୍ରାତାଙ୍କ ଇଙ୍ଗିତରେ ସୁପାରୀ କିଲର ଫାରୁକଙ୍କୁ ହତ୍ୟା କରିଥିବା ମଧ୍ୟ ପୋଲିସ ପକ୍ଷରୁ ସେତେବେଳେ କୁହାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri