‘ଦାନା’ ପ୍ରଭାବ: ଭୁବନେଶ୍ୱରରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରୁ ବଳ ଗୋଟାଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏଁ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବଡ଼ ସୂଚନା ଦେଇଛନ୍ତି। ଭିତରକନିକା-ଧାମରା ପାଖରେ ବାତ୍ୟା ‘ଦାନା’ଉପକୂଳ ଅତିକ୍ରମ କରିବ। ତେବେ ବାତ୍ୟା ‘ଦାନା’ ପ୍ରଭାବରେ ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। ବର୍ତ୍ତମାନ ଦାନା ପ୍ରଭାବରେ ରାଜଧାନୀ ଭୁବନେଶ୍ୱରେ ଆକଶ ମେଘାଚ୍ଛନ୍ନ ରହିବା ସହ ବର୍ଷା ଆରମ୍ଭ ହୋଇଯାଇଛି। ସମୟ କ୍ରମେ ଏହା ବଢି ରାଜଧାନୀରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପକ୍ଷେ ବାତ୍ୟା ଲ୍ୟାଣ୍ଡଫଲ ପରେ ସାମାନ୍ୟ ରିକର୍ଭ କରିପାରେ। ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି । ଲ୍ୟାଣ୍ଡଫଲ ବେଳେ ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲାରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ରହିପାରେ ବୋଲି ଆକଳନ କରାଯାଇଛି। ଏପରିକି ସମୁଦ୍ରରେ ଉଚ୍ଚ ଜୁଆର ଆସିବା ସହ ଟିଣ ଘର, ଗଛ, ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ିବା ସମ୍ଭାବନା ରହିଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର ଏବଂ ଭଦ୍ରକରେ ବାତ୍ୟାରେ ଅଧିକ ପ୍ରଭାବ ପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ଼.ନିବେଦିତା ନାଥଙ୍କୁ ଭାରପ୍ତାପ୍ତ କୁଳପତି ଦାୟିତ୍ୱ

ଭବାନୀପାଟଣା,୨୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ପିଜି କାଉନସିଲ ଅଧ୍ୟକ୍ଷା ଡ଼. ନିବେଦିତା ନାଥଙ୍କୁ ବିଶ୍ୱ ବିଦ୍ୟାଳୟର ଭାରପ୍ରାପ୍ତ କୁଳପତି...

ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନ:ପୁଣି ଦବିଲା ଯୋଡ଼ା ଫ୍ଲାଏ ଓଭର

ଯୋଡ଼ା,୨୪ା୨୦(ମାନସ ମହାନ୍ତି): କେନ୍ଦୁଝର ଜିଲାର ସୁଦୀର୍ଘ ଫ୍ଲାଏ ଓଭର ନିର୍ମାଣର ବର୍ଷେ ନ ପୁରୁଣୁ ବାରମ୍ବାର ଦବୁଛି। ଏହାଦ୍ୱାରା ଯାତାୟାତରେ ବହୁ ସମସ୍ୟା ଉପୁଜୁଛି। ଗୁରୁବାର...

ପାଠପଢ଼ା ଛାଡି ମଦ କୋଠିରେ ମାତାଲ ଶିକ୍ଷକ: ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ଦାବି

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଗୋଷ୍ଠୀ ଶିକ୍ଷା ବିଭାଗ ଅଧୀନରେ ଥିବା କାଶିବାହାଲ କ୍ଲଷ୍ଟର ଧନସରା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ଶିକ୍ଷକ...

ବେଦାନ୍ତ ଆଲୁମିନିୟମର ‘ସ୍ବର୍ଣ୍ଣ ପ୍ରାଶନ’ କାର୍ଯ୍ୟକ୍ରମ: ୧୦ଟି ବିଦ୍ୟାଳୟର ୩୭୦୦ରୁ ଅଧିକ ଛାତ୍ରୀଛାତ୍ର ସାମିଲ

ଭବାନୀପାଟଣା/ଲାଞ୍ଜିଗଡ଼, ୨୪।୧୦(ଉତ୍ତମ କୁମାର ଦାଶ/ରମେଶ ନାୟକ)- ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଆୟୁଷ ମନ୍ତ୍ରଣାଳୟ ସହଭାଗିଦାରୀରେ ଗତ ମାସ ଠାରୁ ‘ସ୍ବର୍ଣ୍ଣ ପ୍ରାଶନ’...

ବିଦ୍ୟୁତ୍‌ ବିଭାଗ ଏସ୍‌ଡ଼ିଓଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ବରଗଡ଼,୨୪।୧୦(ପ୍ରେମାନନ୍ଦ ଖମାରୀ): ଉଠାଜଳସେଚନ ପ୍ରକଳ୍ପ ଏବଂ ଉପଭୋକ୍ତାଙ୍କ ଘରକୁ ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ ପ୍ରତିବାଦରେ ବରଗଡ଼ ଜିଲା ଭେଡ଼େନରେ ଗୁରୁବାର ଆନ୍ଦୋଳନ ତେଜି ଉଠିଥିଲା। ଭେଡ଼େନ...

ହିତାଧିକାରୀଙ୍କ ନାଁରେ ଜବ କାର୍ଡ କରି ଲକ୍ଷାଧିକ ଟଙ୍କା ହଡ଼ପ: ସରପଞ୍ଚ, ଜିଲାପରିଷଦ ଉପାଧ୍ୟକ୍ଷାଙ୍କ ବିରୋଧରେ ଆସିଲା ଅଭିଯୋଗ

ଜୁନାଗଡ଼,୨୪।୧୦(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଚୈଗୁଡା ପଞ୍ଚାୟତର କିଛି ହିତାଧିକାରୀଙ୍କ ନାମରେ ଜବ କାର୍ଡ କରି ଲକ୍ଷାଧିକ ଟଙ୍କା ହଡ଼ପ...

ଶୁକ୍ରବାର ଏହି ଜିଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୨୪।୧୦: ଶୁକ୍ରବାର କନ୍ଧମାଳ ଜିଲାରେ ବନ୍ଦ ରହିବ ସ୍କୁଲ। ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଜିଲା ଶିକ୍ଷାଧିକାରୀ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି। ଏହା ପୂର୍ବରୁ...

ସୁରକ୍ଷା ବନ୍ଧରେ ଜୁଆର ମାଡ: କୂଳବାସୀ ଭୟଭୀତ

ଭୋଗରାଇ, ୨୪ l ୧୦( ପ୍ରଦୀପ ଦାସ ): ସାମୁଦ୍ରିକ ଝଡ଼ ଦାନା କୂଳଆଡକୁ ମାଡି ଆସିଛି। ଗୁରୁବାର ସକାଳେ ଝିପିଝିପି ବର୍ଷା ହେଉଥିବାବେଳେ ଅପରାହ୍ନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri