ଦଣ୍ଡଯାତ୍ରା ଉଦଯାପିତ: ମେରୁ ପର୍ବରେ ମା’ କାଳୀପୀଠ ଲୋକାରଣ୍ୟ

ହିଞ୍ଜିିଳିକାଟୁ, ୧୪।୪(ଦ୍ବିତୀକୃଷ୍ଣ ପଣ୍ଡା): ସୋମବାର ହିଞ୍ଜିିଳିକାଟୁ ଏବଂ ବିଭିନ୍ନ ଗ୍ରାମରେ ମା’ଦଣ୍ଡକାଳୀଙ୍କ ମେରୁପୀଠଗୁଡିକରେ ଦଣ୍ଡଯାତ୍ରା ଉଦଯାପିତ ହୋଇଯାଇଛି। ମେରୁ ଖୁଣ୍ଟରେ ପୂଜା ନିମନ୍ତେ ଲୋକାରଣ୍ୟ ହୋଇଛି।
ମେରୁଯାତ୍ରାରେ ହିଞ୍ଜିଳିର ୨ ଦଣ୍ଡ ପୁଞ୍ଜା ସମେତ ନିକଟବର୍ତ୍ତୀ ପୋଚିଲିମା, ବୁରୁପୋଡା, ସମରଝୋଳ, ଆଲପୁର, ସାରୁର ୨ ଦଳ, କଞ୍ଚୁରୁର ୨ଦଳ, ଗୋଦରାପଲ୍ଲୀ, ଦୁର୍ବନ୍ଧର ୩ ଦଳ, ବେଲଗାଁ, ଡି.ପାଟପୁର, ସାହାପୁର, ରାଳବ, ଖଣ୍ଡରା ଓ କୋଳିଦାସପୁରର ୨ଦଳ ଦଣ୍ଡଦଳର ଦଣ୍ଡନୃତ୍ୟ ଶେଷ ହୋଇଛି। ମାନସିକଧାରୀ ଦଣ୍ଡଭୁକ୍ତା ମାନଙ୍କୁ ନିଜ ନିଜ ଗ୍ରାମବାସୀ ବରଣ କରିବା ପରେ ଦଣ୍ଡଦଳ ଗ୍ରାମ ପରିକ୍ରମା କରି ପରେ ଧୂଳି ଦଣ୍ଡ ପରେ ପାଣିଦଣ୍ଡରେ ସାମିଲ ହୋଇଥିଲେ। ପରେ ସମସ୍ତେ ମେରୁମଣ୍ଡପରେ ଏକତ୍ରିତ ହୋଇଥିଲେ। ମେରୁ ମଣ୍ଡପରେ ଢୋଲ, ଘଣ୍ଟ, ମହୁରୀର ତାଳେ ତାଳେ ମା’ ଦଣ୍ଡକାଳୀଙ୍କୁ ଆବାହନ କରିବା ଆଧ୍ୟାତ୍ମିତ ପରିବେଷ ସୃଷ୍ଟି କରିଥିଲା। ଶ୍ରଦ୍ଧାଳୁମାନେ ଯେପରି ମେରୁମଣ୍ଡପର ଦୃଶ୍ୟ ସୁବିଧାରେ ଦର୍ଶନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ବିଭିନ୍ନ ମନ୍ଦିର ପରିଚାଳନା କମିଟି ପକ୍ଷରୁ ବନ୍ଦୋବସ୍ତ ଗ୍ରହଣ କରାଯାଇଥିଲା। ମେରୁସ୍ଥଳ ଚତୁଃପାର୍ଶ୍ୱରେ ବିଭିନ୍ନ ରକମର ଖେଳଣା, ବାରମଜା, ଘରକରଣା ସାମଗ୍ରୀ ସମେତ ବହୁ ରକମର ସାମଗ୍ରୀର ଅସ୍ଥାୟୀ ଦୋକାନ ବଜାର ଗଢି ଉଠିଥିଲା। ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ପୋଲିସ ପକ୍ଷରୁ ଫୋର୍ସ ମୃତୟନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri