ବିପଦ ସଂକେତ ଟପିଲା ଜଳକା: ବନ୍ୟା ଆଶଙ୍କାରେ ଭୟଭୀତ ନଦୀକୂଳିଆବାସୀ

ରୂପସା, ୩୦।୭(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ଅନ୍ତର୍ଗତ ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ଚଳିତ ବର୍ଷ ପ୍ରଥମ ଥର ପାଇଁ ବୃଦ୍ଧି ପାଇଛି l ମଙ୍ଗଳବାର ମଥାନୀଠାରେ ବିପଦ ସଂକେତ ଉପରେ ଜଳକା ନଦୀର ଜଳସ୍ତର ପ୍ରବାହିତ ହେଉଛି l ଏଠାରେ ବିପଦ ସଙ୍କେତ ୫.୫୦ ମିଟର ରହିଥିବା ବେଳେ ସକାଳ ୭ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୬ମିଟରରେ ପହଞ୍ଚିଥିଲା। ଦିନ ୯ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୩୦ ମିଟରରେ ପହଞ୍ଚିଛି l ଫଳରେ ବନ୍ୟା ଆଶଙ୍କା ଥିବାରୁ ନଦୀ କୁଳିଆବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି l ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ୩ ଦିନ ଧରି ଜଳକା ନଦୀର ଉପରମୁଣ୍ଡ ରାସଗୋବିନ୍ଦପୁର,ଶୁଳିଆପଦା,ମୋରଡା,ତିତ୍ରଡା ଆଦି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି l ଗତକାଲି ରାସଗୋବିନ୍ଦପୁର ଅଞ୍ଚଳରେ ୧୨୮ ମିମି ଓ ମୋରଡା ଅଞ୍ଚଳରେ ୫୩.୪ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି l ଫଳରେ ରାତି ଗୋଟାଏ ସମୟରେ ଜଳକାର ଜଳସ୍ତର ବିପଦ ସଂକେତ ଟପି ୫.୬୦ ମିଟରରେ ପ୍ରବାହିତ ହୋଇଥିଲା l ବସ୍ତା ଅଞ୍ଚଳରେ ମଧ୍ୟ ଗତକାଲି ପ୍ରବଳ ବର୍ଷା ହୋଇଛି l ଯାହା ଫଳରେ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇଛି l ଜଳସ୍ତର ବୃଦ୍ଧି ପାଉଥିବାରୁ ବନ୍ୟା ଆଶଙ୍କା ଦେଖାଦେଇଛି l ଏବେ ଜୋରସୋର ଚାଷ କାମ ଚାଲିଥିବାରୁ ଚାଷକାର୍ଯ୍ୟ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି l ଏ ବର୍ଷ ବସ୍ତା ଓ ସଦର ବ୍ଲକ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଯୋଗୁ ଚାଷୀ ବିଳମ୍ବିରେ ଚାଷକାର୍ଯ୍ୟ ଆରମ୍ଭ କରିଥିଲେ l ବିଳମ୍ବରେ ଚାଷୀ ଏବେ ମଧ୍ୟ ତଳି ପକାଇଛନ୍ତି l ଜଳସେଚ ପଏଣ୍ଟର ସୁବିଧା ଥିବା ଜମିରେ ରୁଆ କାର୍ଯ୍ୟ ସରିଛି। ଯଦି ବନ୍ୟା ହୁଏ ତାହାହେଲେ ତଳି ନଷ୍ଟ ହେବା ସହିତ ଏବେ ଏବେ ବିଭିନ୍ନ ଜଳଉତ୍ସରୁ ପାଣି ନେଇ ରୁଆ ଯାଇଥିବା ତଳି ପଚି ନଷ୍ଟ ହେବାର ଆଶଙ୍କା ଥିବାରୁ ଚାଷୀକୂଳ ଚିନ୍ତାରେ ରହିଛନ୍ତି l ଯଦି ବନ୍ୟା ହୁଏ ତାହାହେଲେ ବସ୍ତା ବ୍ଲକର ୮ ଟି ଏବଂ ସଦର ବ୍ଲକର ୨ ଟି ପଞ୍ଚାୟତ ପ୍ରଭାବିତ ହେବାର ସମ୍ଭାବନା ରହିଛି।

କାରାକାସ୍‌,୨୯ା୭ ଭେନେଜୁଏଲା ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ପ୍ରକାଶ ପାଇଥିବାବେଳେ ଶାସକ ଓ ବିରୋଧୀ ଉଭୟ ବିଜୟୀ ହୋଇଥିବା ଦାବି କରିଛନ୍ତି। ସରକାରୀ ଭାବେ ଘୋଷିତ ଫଳାଫଳ ଉପରେ ଆମେରିକା ସମେତ ବିଦେଶୀ ରାଷ୍ଟ୍ରଗୁଡ଼ିକ ସନ୍ଦେହ ବ୍ୟକ୍ତ କରିଛନ୍ତି। ଭେନେଜୁଏଲା ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ବିରୋଧୀ ପ୍ରାର୍ଥୀ ଏଡମୁଣ୍ଡୋ ଗୋଞ୍ଜାଲେଜ୍‌ ସୋମବାର ନିଜକୁ ବିଜୟୀ ଦାବି କରିବା ଫଳରେ ନିର୍ବାଚନ କର୍ତ୍ତୃପକ୍ଷ ଅଡ଼ୁଆରେ ପଡ଼ିଛନ୍ତି। ୫୧% ଭୋଟ ସହ ମାଦୁରୋ ତୃତୀୟ ପାଳି ପାଇଁ ବିଜୟୀ ହୋଇଥିବା ନିର୍ବାଚନ କର୍ତ୍ତୃପକ୍ଷ ରବିବାର ମଧ୍ୟରାତ୍ରରେ ଘୋଷଣା କରିଥିଲେ। ତେବେ ନିରପେକ୍ଷ ଏକ୍‌ଜିଟ୍‌ ପୋଲ୍‌ ଗୋଞ୍ଜାଲେଜ୍‌ଙ୍କ ସପକ୍ଷରେ ମତ ଦେଇଛି। ଗୋଞ୍ଜାଲେଜ୍‌ଙ୍କୁ ୭୦ ପ୍ରତିଶତ ଭୋଟ ମିଳିଥିବା ବିରୋଧୀ ନେତା ମାରିଆ କୋରିନା ମାଚାଡୋ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri