ବିପଦ ପୁଣି ଘନେଇଲା: ଆଉ ନାହିଁ ନିସ୍ତାର…

ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ସଙ୍କଟ ବଢୁଛି। କରୋନା ସଂକ୍ରମଣ ଗତ ଥରର ସମସ୍ତ ରେକର୍ଡ ଭାଙ୍ଗି ଚାଲିିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୯ ହଜାର୧୭୦ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୧୭୬୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏଭଳି ସ୍ଥିତି ଜାରି ରହିଲେ ଆଉ ୩ ଅବା ୪ ଦିନ ମଧ୍ୟରେ ଦେଶରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷରେ ପହଞ୍ଚିବାର ଆଶଙ୍କା ଦେଖାଦେଇଛି। ଇତି ମଧ୍ୟରେ ଦେଶରେ ୨୬ କୋଟି ୯୪ ଲକ୍ଷ ୧୪ ହଜାର ୩୫ ଲୋକଙ୍କ ନମୁନା ପରୀକ୍ଷା ହୋଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ୧୨ କୋଟି ୭୧ ଲକ୍ଷ ୨୯ ହଜାର ୧୧୩ ଲୋକଙ୍କୁ ଟିକାଦାନ କରାଯାଇଛି।

Share