ଦନ୍ତା ଉତ୍ପାତ, ଭାଙ୍ଗିଲାଣି ୫ ଘର

ପାଟଣା, ୨।୮ (ବୀର କିଶୋର ଦାଶ)
କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ତଣ୍ଡ ବିଟ୍‌ରେ ଏକ ଗୋଠଛଡ଼ା ଦନ୍ତା ହାତୀ ରବିବାର ରାତିରେ ଘଟଗଁା ରେଞ୍ଜ୍‌ରୁ ଆସି ଉତ୍ପାତ ଆରମ୍ଭ କରିଛି। ଦୁଇଦିନରେ ଏହି ଦନ୍ତା ୫ ଘର ଭାଙ୍ଗି ସାରିଲାଣି। ରବିବାର ବିଳମ୍ବିତ ରାତିରେ ହାତୀ ତଣ୍ଡ ଗ୍ରାମର ଶୈଳେନ୍ଦ୍ରୀ ନାଏକ, ବନ ମୁଣ୍ଡା, ସମରା ମୁଣ୍ଡାଙ୍କ ଘର ଭାଙ୍ଗିଥିବା ବେଳେ କେତେଜଣଙ୍କ ଘରେ ପଶି ଧାନ ଚାଉଳ ଖାଇଦେଇଛି। ସେହିପରି ସୋମବାର ରାତିରେ ଦନ୍ତା ଘାଟ ବାଲିଯୋଡ଼ିର ଅର୍ଜୁନ ମୁଣ୍ଡାଙ୍କ ଖପର ଘର ଓ ତଣ୍ଡ ଗ୍ରାମର କୃଷ୍ଣଚନ୍ଦ୍ର ନାଏକ ଘର କାନ୍ଥ ଭାଙ୍ଗି ଦେଇଛି। କ୍ଷୟକ୍ଷତି ଆକଳନ କରି ଖୁବ୍‌ଶୀଘ୍ର କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଅନ୍ୟପକ୍ଷେ ବନ କର୍ମଚାରୀ କେହି ପହଞ୍ଚତ୍ ନ ଥିବାରୁ କ୍ଷତିଗ୍ରସ୍ତମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ପ୍ରତିବର୍ଷ ହାତୀ ଚଳପ୍ରଚଳ ଅଞ୍ଚଳରେ ଏଲିଫ୍ୟାଣ୍ଟ କରିଡର ପାଇଁ ସୋଲାର ଫିନିସିଙ୍ଗ ନିମନ୍ତେ ରାଜକୋଷରୁ ଖର୍ଚ୍ଚ ହେଉଥିବା ହାତୀ ଆଳରେ ଡୁମୁରିଆ ଅଞ୍ଚଳର ଡୁମୁରିଆ, ତଣ୍ଡ, ବାଲିଯୋଡି, ବଣମହୁଲଡିହା, ସଡଙ୍ଗବାହାଳି, ଜାମୁଳେଇବେଡା, କାଳିଘାଇ ଆଦି ଗ୍ରାମରେ ଦୁଇଦିନ ଧରି ଅଘୋଷିତ ଭାବେ ରାତିରେ ବିଦ୍ୟୁତ୍‌ କାଟ୍‌ ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦନ୍ତାଟି ରାତିରେ ଜନବସତିକୁ ଆସି ଉତ୍ପାତ କରି ପୁଣି ଅଟେଇ ସଂରକ୍ଷିତ ଜଙ୍ଗଲକୁ ଚାଲି ଯାଉଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri