ସଜେଇ ହେଲାଣି ଦାରିଙ୍ଗବାଡି: ଆଜିଠୁ ୬ ଦିନ ଧରି ଚାଲିବ ଜନଜାତି, ଶୀତ ମହୋତ୍ସବ

ଦାରିଙ୍ଗବାଡି,୮।୧(ଅରୁଣ ସାହୁ ): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାରଠାରୁ ଆରମ୍ଭ ହେଉଛି ଜନଜାତି ଓ ଶୀତ ମହୋତ୍ସବ। ଆସନ୍ତା ରବିବାର ଏହାର ଉଦ୍‌ଯାପନୀ ହେବ। ଏନେଇ ଦାରିଙ୍ଗବାଡି ଉତ୍ସବ ମୁଖର ହୋଇପଡିଛି। ଏଥିପାଇଁ ଘରେ ଘରେ ବନ୍ଧୁବାନ୍ଧବ ପହଞ୍ଚି ସାରିଛନ୍ତି। ଦାରିଙ୍ଗବାଡି ହେଲିପ୍ୟାଡ଼ ପଡ଼ିଆରେ ମଞ୍ଚ ପ୍ରସ୍ତୁତ ହୋଇସାରିଛି। ଏବପରିକି ଦାରିଙ୍ଗବାଡି ଚାରିଛକରୁ ପଡ଼ିଆ ପର୍ଯ୍ୟନ୍ତ ଆଲୋକମାଳାରେ ସୁସଜ୍ଜିତ ହୋଇସାରିଛି।

ପ୍ରଥମ ଦୁଇଦିନ ଅର୍ଥାତ ବୁଧବାର ପର୍ଯ୍ୟନ୍ତ ଜନଜାତି ମହୋତ୍ସବ ଅନୁଷ୍ଠିତ ହେବାକୁ ଥିବା ବେଳେ ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବ ବୋଲି ମହୋତ୍ସବ କମିଟି ସମ୍ପାଦକ ତଥା ବିଡ଼ିଓ ଗଦାଧର ପାତ୍ର ସୂଚନା ଦେଇଛନ୍ତି।

ପ୍ରଥମ ଦିନରେ ଉପବାଚସ୍ପତି ସାଲୁଗା ପ୍ରଧାନଙ୍କ ସଭାପତିତ୍ୱରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହୋତ୍ସବର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ କନ୍ଧମାଳ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ଓ ଅନ୍ୟ ଅତିଥିମାନେ ଉପସ୍ଥିତ ରହିବେ। ସେହିପରି ଦ୍ୱିତୀୟ ଦିନରେ ମନ୍ତ୍ରୀ ଜଗନ୍ନାଥ ସାରକା, ରାଜ୍ୟସଭା ସଦସ୍ୟ ନିରଞ୍ଜନ ବିଶି ଓ ଅନ୍ୟ ଅତିଥିମାନେ ଯୋଗଦାନ କରିବେ।

ସେହିପରି ଗୁରୁବାର ଶୀତ ମହୋତ୍ସବର ପ୍ରଥମ ଦିନରେ ମୁଖ୍ୟତିଥି ଭାବେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବିରାମହରାଜପୁର ବିଧାୟକ ପଦ୍ମନାଭ ବେହେରା, ବଡମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ଅନ୍ୟ ଅତିଥିମାନେ ଯୋଗଦେବେ।

ସେହିପରି ଶୀତ ମହୋତ୍ସବର ଦ୍ୱିତୀୟ ଦିନରେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ଫୁଲବାଣୀ ବିଧାୟକ ଅଙ୍ଗଦ କଂହର ଏବଂ କନ୍ଧମାଳ ଜିଲାପାଳ ଓ ଏସ୍‌ପି ମଞ୍ଚାସୀନ ରହିବେ। ଉଦ୍‌ଯାପନୀ ଦିବସରେ ବାଣିଜ୍ୟ ଓ ପରିବହନ ଓ ଜଳ ସମ୍ପଦ ବିଭାଗୀୟ ମନ୍ତ୍ରୀ ଟୁକୁନି ସାହୁ, କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ବାଲିଗୁଡା ବିଧାୟକ ଚକ୍ରମଣି କଂହର, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ପ୍ରମୁଖ ମଞ୍ଚାସୀନ ରହିବେ।

ସୂଚନାଯୋଗ୍ୟ, ଜିଲା ତଥା ଜିଲା ବାହାରୁ ବିଭିନ୍ନ ଦୋକାନଠାରୁ ଆରମ୍ଭ କରି ପାରମ୍ପରିକ ସାମଗ୍ରୀ ଓ ବିଭିନ୍ନ ଦୋକାନ ମହୋତ୍ସବ ପଡ଼ିଆରେ ଖୋଲିବ। ଏନେଇ ଶତାଧିକ ଷ୍ଟଲ ଖୋଲାଯାଇଥିବା କମିଟି ସମ୍ପାଦକ ତଥା ବିଡ଼ିଓ ଗଦାଧର ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସାଧୁ ଲୋକଙ୍କ ଜନବିରୋଧୀ ଜୋରଦାର ବିରୋଧ: ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

ଭବାନୀପାଟଣା,୧୯ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିଜିମାଳି ଖଣି ଅଞ୍ଚଳର ୩ ପଞ୍ଚାୟତବାସୀ ବୁଧବାର ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ଏହାସହ କିଛି...

ଭାଟିରୁ ମଦ ଆଣି କୋଠିରେ ବିକୁଥିଲେ ଦୁଇ ଭାଇ, ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କୋକସରା,୧୮ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଚିକିଲି ଗ୍ରାମର ରମେଶ ସାହୁ ଓ ରାଜେଶ ସାହୁ ଦୁଇଭାଇ ଦୀର୍ଘ...

ଦୋକାନରେ ଖୁଆଇଲେ, ପରେ ବ୍ରିଜ୍‌ ଉପରୁ ପୁଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’

ପିପିଲି,୧୮ା୯(ଦୁର୍ଗାମାଧବ ମିଶ୍ର): ପୁରୀ ଜିଲା ପିପିଲି ନିକଟବର୍ତ୍ତୀ ଜଗନ୍ନାଥପୁରସ୍ଥିତ ଭାର୍ଗବୀ ନଦୀକୁ ଡେଇଁ ପୁଅଙ୍କ ସହ ଆତ୍ମହତ୍ୟା କରିଛନ୍ତି ଜଣେ ମା’। ମୃତକ ମହିଳା ଜଣକ...

ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ...

ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ…

ଅତାବିରା,୧୮ା୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଲରମ୍ଭା ଅମସ୍ତଲାରେ ବିଷାକ୍ତ ସାପ କାମୁଡ଼ାରେ ବୁଧବାର ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ...

ଅଫିସ ଖୋଲି ଯୁବତୀଙ୍କ ଇଣ୍ଟରଭ୍ୟୁ ନେବା ସହ ଦେଉଥିଲେ ମିଛ ଅଫର ଲେଟର, ଏମିତି ପଡ଼ିଲେ ଧରା…

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିରି ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ବୁଦ୍ଧଦେବ ପ୍ରଧାନ ଏବଂ ଲିଳିମା ପ୍ରଧାନଙ୍କ ପକ୍ଷରୁ...

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର...

ରତ୍ନଭଣ୍ଡାର ଯାଞ୍ଚ କରି ଫେରିବା ପରେ ଏହି ବଡ଼ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସକ, କହିଲେ ଆଗକୁ …

ପୁରୀ,୧୮ା୯: ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୁଧବାର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ଆଜି ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri