ଆଜି ପୂର୍ବାହ୍ନ ୧୧ ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ, ୨୧ା୬(ଅଜିତ୍‌ କୁମାର ମହାନ୍ତି):ଆସନ୍ତା ୨୨ ତାରିଖରେ ସ୍ନାନଯାତ୍ରା। ଏହି ଅବସରରେ ଚତୁର୍ଦ୍ଧାବିଗ୍ରହ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିକୁ ବିଜେ କରିବେ। ଶ୍ରୀବିଗ୍ରହମାନେ ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଭକ୍ତଙ୍କୁ ଦୁର୍ଲ୍ଲଭ ହାତୀବେଶରେ ଦର୍ଶନ ଦେବେ। ତେବେ ମହାପ୍ରଭୁ ସ୍ନାନବେଦିକୁ ପହଣ୍ଡି ହୋଇ ଯିବା ପୂର୍ବରୁ ସେନାପଟାଲାଗି ସମେତ ବିଭିନ୍ନ ଗୁପ୍ତ ନୀତି ଅନୁଷ୍ଠିତ ହେବ। ଏହି ନୀତିକୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ଦଇତାପତି ସେବକମାନେ ସମ୍ପାଦନ କରିଥାନ୍ତି। ଏହି ଗୁପ୍ତ ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ତେଣୁ ୨୦ ତାରିଖ ଅର୍ଥାତ୍‌ ଗୁରୁବାର ବଡ଼ସିଂହାର ଭୋଗ ଶେଷ ହେବା ପରେ ଆପାତତଃ ରାତ୍ର ୧୨ଟାରୁ ୨୧ ତାରିଖ ଶୁକ୍ରବାର ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଗୁପ୍ତନୀତି ସମ୍ପାଦନ ହେବାକୁ ଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରୁ ଖସି ପଡ଼ି ମହିଳାଙ୍କ ମୃତ୍ୟୁ

ଜୁନାଗଡ଼,୧୦।୧୧(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ନିକଟରେ ବାଇକରୁ ପଡି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ ଅଦିତି...

ଘରେ ପଶି ଓକିଲଙ୍କୁ ଏସିଡ୍‌ ମାଡ କରି ଚାଲିଗଲେ ଦୁର୍ବୃତ୍ତ

ଗଜପତି,୯।୧୧(ଗିରିଧାରୀ ପରିଛା)-ଗଜପତି ଜିଲା ପାରଳାଖେମୁଣ୍ଡିର ଜଣେ ପ୍ରତିଷ୍ଠିତ ଓକିଲଙ୍କ ଉପରକୁ ଏସିଡ ମାଡ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ବାର୍‌ ଆସୋସିଏଶନର ବରିଷ୍ଠ ଓକିଲ ପି....

କାଉନସିଲରଙ୍କ ଘରୁ ଉଦ୍ଧାର ହେଲା ୪ ମାସର ଶିଶୁ ପୁତ୍ର

ବାଲେଶ୍ୱର,୯।୧୧(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ରେମୁଣା ଏନ୍‌ଏସି ଅଧୀନ ୧୧ ନଂ ୱାର୍ଡର କାଉନସିଲର ପାନମଣି ମୁର୍ମୁଙ୍କ ଘରୁ ଶନିବାର ଜଣେ ୪ ମାସର ଶିଶୁ ପୁତ୍ରଙ୍କୁ...

କଥା ଦେଇ କଥା ରଖିଲେ ଜିଲାପାଳ: ମାଣ୍ଡିପଙ୍କାରେ ସୋଲାର ୱାଟର ପମ୍ପ କାର୍ଯ୍ୟ ଆରମ୍ଭ 

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଯାଉଖାଇ ୨ ଜଣଙ୍କ ମତ୍ୟୁ ଓ ୬ ଗୁରୁତର ଘଟଣା ପରେ ଜିଲାପାଳ ସୋମବାର ମାଣ୍ଡିପଙ୍କା...

ବାଣ ଭିଡୁଥିଲେ ସ୍ବାମୀ-ସ୍ତ୍ରୀ: ଘଟିଲା ବିସ୍ଫୋରଣ

ନୟାଗଡ଼,୯।୧୧: ନୟାଗଡ଼ ଜିଲା ଶରଣକୂଳ ଥାନା ଗୋଲଗାଁରେ ଶନିବାର ଏକ ଅଘଟଣ ଘଟିଛି। ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ ଘଟି ସ୍ବାମୀ-ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି।...

ଖମନଖୋଲ ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ୍ବୁଲାନ୍ସ ଯୋଗାଇବା ଦେବାକୁ ଉଠିଲା ଦାବି

ବାଲିଗୁଡ଼ା,୯ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଖମନଖୋଲ ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ୍ବୁଲାନ୍ସ ଯୋଗାଇଦେବାକୁ ଦାବି କରିଛନ୍ତି ଅଞ୍ଚଳବାସୀ। ବାଲିଗୁଡ଼ା ବ୍ଳକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri