ଆଜି ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୫ା୨(ଅଜିତ୍‌ କୁମାର ମହାନ୍ତି):ମାଘ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି ବୁଧବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ଗୁପ୍ତ ନୀତି ସମ୍ପାଦନ ପାଇଁ ବୁଧବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share