Categories: ଜାତୀୟ

ମହାରାଷ୍ଟ୍ର-ଝାଡଖଣ୍ଡ ନିର୍ବାଚନ ପାଇଁ ତାରିଖ ଘୋଷଣା: ଜାଣନ୍ତୁ କେଉଁଦିନ ହେବ…

ନୂଆଦିଲ୍ଲୀ,୧୫।୧୦: ମହାରାଷ୍ଟ୍ର ଏବଂ ଝାଡଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ବିଗୁଲ ବାଜିଛି। ଭାରତର ନିର୍ବାଚନ ଆୟୋଗ ରାଜୀବ କୁମାର ଏହି ୨ ରାଜ୍ୟ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ଝାଡଖଣ୍ଡରେ ଦୁଇଟି ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟ ୧୩ ନଭେମ୍ବରରେ ଏବଂ ଦ୍ୱିତୀୟ ପର୍ଯ୍ୟାୟ ୨୦ ନଭେମ୍ବରରେ ଅନୁଷ୍ଠିତ ହେବ। ସେହିପରି ମହାରାଷ୍ଟ୍ରର ଗୋଟିଏ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ୨୦ ନଭେମ୍ବରରେ ମତଦାନ ହେବ। ଫଳାଫଳ ନଭେମ୍ବର ୨୩ରେ ଆସିବ।

ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି, ପ୍ରତ୍ୟେକ ନିର୍ବାଚନରେ ଭାରତ ଏକ ନୂଆ ଇତିହାସ ସୃଷ୍ଟି କରୁଛି। ମହାରାଷ୍ଟ୍ରର ୫୨୭୮୯ ସ୍ଥାନରେ ୧୦୦୧୮୬ ମତଦାନ କେନ୍ଦ୍ର, ମୋଟ ଭୋଟର-୯.୬୩ କୋଟି। ଝାଡଖଣ୍ଡରେ ୮୧ଟି ସିଟ, ୨.୬ କୋଟି ଭୋଟର, ପ୍ରଥମ ଥର ଭୋଟର-୧୧.୮ ଲକ୍ଷ। ୨୦୨୮୧ ସ୍ଥାନରେ ୨୯୫୬୨ ମତଦାନ ବୁଥ ହେବ।

ମହାରାଷ୍ଟ୍ରର ମୋଟ ଭୋଟରଙ୍କ ସଂଖ୍ୟା ୯.୬୩ କୋଟି, ସେଥିମଧ୍ୟରୁ ୪.୯୭ କୋଟି ପୁରୁଷ ଏବଂ ୪.୬୬ କୋଟି ମହିଳା ଭୋଟର। ପ୍ରଥମ ଥର ଭୋଟରଙ୍କ ସଂଖ୍ୟା ହେଉଛି ୨୦.୯୩ ଲକ୍ଷ। ମହାରାଷ୍ଟ୍ରରେ ୧,୦୦,୧୮୬ ମତଦାନ କେନ୍ଦ୍ର ଅଛି, ଏଥର ମଧ୍ୟ ଆମେ PWD ଏବଂ ମହିଳାମାନଙ୍କ ଦ୍ୱାରା ପରିଚାଳିତ ବୁଥ ତିଆରି ହେବ।

ସେହିପରି ଝାଡଖଣ୍ଡରେ ମୋଟ ଭୋଟରଙ୍କ ସଂଖ୍ୟା ୨.୬ କୋଟି, ସେଥିମଧ୍ୟରୁ ୧.୨୯ କୋଟି ମହିଳା ଏବଂ ୧.୩୧ କୋଟି ପୁରୁଷ ଭୋଟର। ପ୍ରଥମ ଥର ଭୋଟରଙ୍କ ସଂଖ୍ୟା ୧୧.୮୪ ଲକ୍ଷ। ସେଠାରେ ୨୯,୫୬୨ ମତଦାନ କେନ୍ଦ୍ର ହେବ।

ଏହାସହ ନିର୍ବାଚନ କମିଶନର ହରିୟାଣା, ଜମ୍ମୁ କଶ୍ମୀରରେ ନିକଟରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନରେ ଭୋଟ ଦେଇଥିବାରୁ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଉଭୟ ନିର୍ବାଚନରେ ଦେଖାଯାଇଥିବା ଉତ୍ସାହ ଦୀର୍ଘ ସମୟ ପର୍ଯ୍ୟନ୍ତ ସ୍ମରଣୀୟ ହୋଇ ରହିବ। ଜମ୍ମୁ କଶ୍ମୀରରେ ନିର୍ବାଚନ ସମୟରେ ଶୂନ୍ୟ ହିଂସା ହୋଇଥିଲା ବୋଲି ନିର୍ବାଚନ କମିଶନର କହିଛନ୍ତି।

 

Share