ଡେଭିଡ୍‌ ବେଦାନ୍ତ କୋଲ୍‌ ମାଇନ୍ସର ନୂଆ ସିଇଓ

ନୂଆଦିଲ୍ଲୀ,୧୧।୯ (ଅଭୟ ଦାଶ): ଭାରତର ସର୍ବବୃହତ୍‌ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମର ପ୍ରମୁଖ ୟୁନିଟ୍‌ ବେଦାନ୍ତ କୋଲ୍‌ ମାଇନ୍ସର ନୂଆ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ଡେଭିଡ୍‌ ଷ୍ଟୋନ୍‌ଙ୍କୁ ନିଯୁକ୍ତ କରାଯାଇଛି। ଏପରିକି ସେ କମ୍ପାନୀର ସମଗ୍ର କୋଇଲା ଖନନ କାର୍ଯ୍ୟର ତଦାରଖ କରିବା ସହ ରଣନୀତି ପ୍ରସ୍ତୁତ ତଥା ଦକ୍ଷତା ଅପ୍ଟିମାଇଜ୍‌ କରିବା ପାଇଁ ଟେକ୍ନୋଲୋଜି ଏବଂ ନବସୃଜନର ବ୍ୟବହାର କରିବେ। ସେହିଭଳି କମ୍ପାନୀର ଓଡ଼ିଶାସ୍ଥିତ ଝାରସୁଗୁଡ଼ାଠାରେ ଅବସ୍ଥିତ ବେଦାନ୍ତ ଆଲୁମିନିୟମର ତାପଜ ବିଦ୍ୟୁତ୍‌ ଉତ୍ପାଦନ କେନ୍ଦ୍ର ଏବଂ ଛତିଶଗଡ଼ସ୍ଥିତ କୋର୍ବାଠାରେ ଥିବା ଉତ୍ସ ଦକ୍ଷତାକୁ ଅପ୍ଟିମାଇଜ୍‌ କରିବା ପାଇଁ ଡେଭିଡ୍‌ଙ୍କର ପାରଦର୍ଶିତା ବେଶ୍‌ ଗୁରୁତ୍ୱପୂର୍ଣ୍ଣ ହେବା ସହ ସ୍ଥାୟୀ ଖଣି ଅଭ୍ୟାସ ଉପରେ ମଧ୍ୟ ସେ ତୀକ୍ଷଣ ଧ୍ୟାନ ରଖିବେ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସେହିପରି କମ୍ପାନୀ ଅଧୀନରେ ୫ଟି ଅପରେଟିଂ କୋଇଲା ଖଣି ଜାମକାନି, କୁରାଲୋଇ, ରାଧିକାପୁର, ଘୋଗରାପାଲୀ ଏବଂ ବାରା ଥିଲାବେଳେ ଯାହାର ମିଳିତ କ୍ଷମତା ବାର୍ଷିକ ୪୦ ନିୟୁତ ଟନ୍‌ (ଏମ୍‌ଟିପିଏ) ରହିଛି। ଏ ସମ୍ପର୍କରେ ବେଦାନ୍ତ ଆଲୁମିନିୟମର ସିଇଓ ଜନ୍‌ ସ୍ଲାଭେନ୍‌ କହିଛନ୍ତି,ଡେଭିଡ୍‌ଙ୍କୁ ଆମେ ବେଦାନ୍ତ ଆଲୁମିନିୟମ ପରିବାରକୁ ସ୍ବାଗତକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମର ପ୍ରମାଣିତ ଟ୍ରାକ୍‌ ରେକର୍ଡ ତାଙ୍କୁ କମ୍ପାନୀର ଖଣି କାର୍ଯ୍ୟ ଚଳାଇବା ସହ କଞ୍ଚାମାଲକୁ ସୁରକ୍ଷିତ ରଖିବା ଏବଂ ଆମର ବ୍ୟବସାୟ ପାଇଁ ଉତ୍ପାଦନ ମୂଲ୍ୟ ହ୍ରାସ କରିବା ପାଇଁ ଏକ ପଛୁଆ ଏକୀକରଣକୁ ସୁନିଶ୍ଚିତ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନର ଶୁଭାରମ୍ଭ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନ’ ପ୍ଲାନ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ...

ମଉଳୁଛି ପେଟ୍ରୋଲ, ଡିଜେଲ ଶସ୍ତା ହେବା ଆଶା

ଭୁବନେଶ୍ୱର,୨୦।୯ (ଅନୁରାଧା ମହାରଣା):ନିକଟରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇବା ପରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ ପାଇବ ବୋଲି ଆଶା କରାଯାଉଥିଲା।...

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri