
ନିମାପଡ଼ା,୨୫।୩: ପୁରୀ ଜିଲା ନିମାପଡ଼ା ମୁଖ୍ୟ ରାସ୍ତା ଭାର୍ଗବୀ ନଦୀ ବ୍ରିଜ ତଳେ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ହତ୍ୟା ପରେ ତାଙ୍କୁ ନଦୀରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ। ପୋଲିସ ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ସୂଚନା ମିଳଛି।