ଜଙ୍ଗଲରୁ ମୃତଦେହ ମିଳିବା ଘଟଣା: ତ୍ରିକୋଣୀୟ ପ୍ରେମରୁ ହତ୍ୟା, ୫ ଗିରଫ

ଫୁଲବାଣୀ,୨୫ା୬(ରାକେଶ ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ କିଆ ମୁଣ୍ଡାଗାଁ ଜଙ୍ଗଲରୁ ଗତ ୧୩ ତାରିଖରେ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା ଭିନ୍ନମୋଡ଼ ନେଇଛି। ରବିବାର ପୋଲିସ ଏହି ଘଟଣାର ପର୍ଦ୍ଦାଫାଶ କରିଛି। ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ। ତ୍ରିକୋଣୀୟ ପ୍ରେମ କାହାଣୀକୁ ନେଇ ଏହି ହତ୍ୟାକାଣ୍ଡ ହୋଇଛି ବୋଲି ପୋଲିସ କହିଛି। ଏହି ଘଟଣାରେ ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଫିରିଙ୍ଗିଆ ଥାନା ଗୁଜାକ୍ରାଡୁ ଅଞ୍ଚଳର ସୋମନାଥ ଦିଗାଲ, ଚନ୍ଦ୍ରିକା ଦିଗାଲ,ଗୁଜାରା ଦିଗାଲ, କୋଟଗଡ଼ ଥାନା ପାରିଗଡ଼ର ଯତୀନ ବଡ଼ସେଠ ଏବଂ ବାଲିଗୁଡ଼ା ଥାନା ସରୁପଡ଼ା ଗାଁର ଅନନ୍ତ ମଲିକ।

ସୂଚନାଯୋଗ୍ୟ, ଚଳିତମାସ ୧୩ ତାରିଖରେ କିଛି ଲୋକେ କିଆମୁଣ୍ଡା ଜଙ୍ଗଲରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ପାଇଥିଲେ। ଘଟଣା ପ୍ରଚାର ହେବା ପରେ ଯୁବକ ଜଣକ ମାଲା ଗ୍ରାମର ରମେଶ ଦିଗାଲଙ୍କ ସାନ ପୁଅ ବସିଆ ବୋଲି ଜଣାପଡ଼ିଥିଲା। ଏନେଇ ବସିଆଙ୍କ ପିତା ଫିରିଙ୍ଗିଆ ଥାନାରେ ପୁଅକୁ ହତ୍ୟା କରାଯାଇଥିବା ନେଇ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଘଟଣାସ୍ଥଳକୁ ଯାଇ ମୃତଦେହ ଉଦ୍ଧାର କରିବା ସହ ଗୋଡ଼ରେ ଆଘାତ ଓ ବିଭିନ୍ନ ପାରିପାର୍ଶ୍ୱିକ ସ୍ଥିତିରୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରିଥିଲା l ୧୫ ଦିନ ପରେ ପୋଲିସ ତ୍ରିକୋଣୀୟ ପ୍ରେମ ଜନିତ କାରଣରୁ ହତ୍ୟା କରାଯାଇଥିବା ଜାଣିବାକୁ ପାଇଥିଲା। ହତ୍ୟାକାଣ୍ଡ ରେ ବ୍ୟବହୃତ ସାବଳ, କାଠ ଫାଳିଆ ଜବତ କରିବା ସହ ଯୁବକମାନଙ୍କୁ କାବୁ କରିଥିଲା। ବସିଆଙ୍କୁ ସାବଳ ଓ କାଠ ଫାଳିଆରେ ହତ୍ୟା କରି ଜଙ୍ଗଲରେ ଝୁଲାଇ ଦେଇଥିବା ହତ୍ୟାକାରୀମାନେ ସ୍ବୀକାର କରିଛନ୍ତି। ସମସ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ତପନ କୁମାର ନାହାକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ସେଫ୍ଟିରେ ଚାଲିଛି ପାଣି ଟାଙ୍କି ନିର୍ମାଣ

ଗଞ୍ଜାମ,୨୧ା୩(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଓ ୧୨ ଦାମୋଦରପୁର କାଳୀମନ୍ଦିରସ୍ଥିତ କଲେଜ ରୋଡ୍‌ଠାରେ ବହୁ ଉଚ୍ଚତା ବିଶିଷ୍ଟ ପାଣି ଟାଙ୍କି...

ଅପହଞ୍ଚ ଅଞ୍ଚଳକୁ ଟ୍ୟାଙ୍କରରେ ହେଉଛି ଜଳ ଯୋଗାଣ

ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗରବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ୯ଟି ଜଳ ବିଶୋଧନାଗାର ରହିଛି। ପାନୀୟ ଜଳ ବିତରଣକାରୀ ସଂସ୍ଥା ୱାଟ୍‌କୋ ସମ୍ପୂର୍ଣ୍ଣ...

ସାତଜନ୍ମର ସାଥୀ ହେଲେ ୨ ଦିବ୍ୟାଙ୍ଗ, ଅନ୍ୟମାନଙ୍କ ପାଇଁ ସୃଷ୍ଟି କଲେ ଉଦାହରଣ

ବରଗଡ଼,୨୧ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବନ୍ଧପାଲି ଗ୍ରାମର ଚଞ୍ଚଳା ମାଝୀ ଏବଂ ସମ୍ବଲପୁର ଜିଲା ଗମ୍ଭାରିପଙ୍କ ଗ୍ରାମର ଶାନ୍ତନୁ ମଟାରୀ ଜନ୍ମରୁ ଦିବ୍ୟାଙ୍ଗ। ଉଭୟେ ଭଲ...

ଶିଶୁବାଟିକାରେ ନାମଲେଖାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ର

ଦେବଗଡ଼,୨୧।୩(ଶଶାଙ୍କ ଶେଖର ଝାଙ୍କର): ସମଗ୍ର ଶିକ୍ଷା ଦେବଗଡ଼ ଆନୁକୂଲ୍ୟରେ ଜିଲାର ସରକାରୀ ବିଦ୍ୟାଳୟରେ ୫ ବର୍ଷରୁ ଊର୍ଦ୍ଧ୍ୱ ଶିଶୁମାନଙ୍କ ଶିଶୁବାଟିକା ଓ ୬ ବର୍ଷରୁ ଊଦ୍ଧ୍ୱର୍ର୍...

ଓଲଟିଲା ବରଯାତ୍ରୀ ଗାଡ଼ି: ଜଣଙ୍କ ଜୀବନ ଗଲା, ୬ ଆହତ

ଭବାନୀପାଟଣା,୨୧ା୩: କଳାହାଣ୍ଡି ଜିଲା ଧର୍ମଗଡ଼ରେ ଶୁକ୍ରବାର ଏକ ବରଯାତ୍ରୀ ଗାଡ଼ି ଓଲଟି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ...

ଦହିବରା ଖାଇ ଶତାଧିକ ଅସୁସ୍ଥ

ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୨୧ା୩: ଯାଜପୁର ଜିଲା ବରୀ ବ୍ଲକର ୩ ପଞ୍ଚାୟତ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଘରକୁ ଘର ବୁଲି ବିକ୍ରି ହୋଇଥିବା ଦହିବରା ଖାଇ...

ତୃତୀୟ ଦିନରେ ଛାନ୍‌ଭିନ: ନବଙ୍କୁ ବାଜିଥିବା ଗୁଳି ଏ ଯାଏ ମିଳିନି: କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା,୨୦।୩(ଆଶିଷ ରଞ୍ଜନ ଦାଶ): ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ୨ଜଣିଆ ଟିମ୍‌ ଗୁରୁବାର ୩ୟ ଦିବସରେ ଝାରସୁଗୁଡା ମୁଖ୍ୟ...

ଜେସିବିରେ ଏଟିଏମ୍‌ ତାଡିନେଲେ…

ଝାରସୁଗୁଡ଼ା,୨୦।୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ସଦର ଥାନା ଅନ୍ତର୍ଗତ ବିଟିଏମ୍‌ ଛକରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆର ଏଟିଏମ୍‌ ମେଶିନକୁ ଦୁର୍ବୃତ୍ତମାନେ ଜେସିବି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image