ଆମ୍ବ ବଗିଚାରୁ ମିଳିଲା ମାଈହାତୀର ମୃତଦେହ

ଭବାନୀପାଟଣା/ନର୍ଲା,୧୩ା୯ (ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର)- କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଅଧୀନ ରେଗଡିମାଲ ଗାଁ ନିକଟ ଏକ ଆମ୍ବ ବଗିଚାରୁ ଶୁକ୍ରବାର ଏକ ମାଈ ହାତୀର ମୃତଦେହ ଠାବ କରାଯାଇଛି। ସ୍ଥାନୀୟ ଗାଁ ଲୋକେ ହାତୀର ମୃତଦେହ ଦେଖି ନର୍ଲା ବନ ବିଭାଗକୁ ଖବର ଦେଇଥିଲେ।

ଖବର ପାଇ ବନ ବିଭାଗ କର୍ମଚାରୀ ଏବଂ ଡାକ୍ତରୀ ଦଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ମୃତ ମାଈ ହାତୀର ବୟସ ୮ରୁ ୯ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ସେହିପରି ମୃତ ହାତୀର ପାଟି, ନାକ ଓ କାନରେ ଦାଗ ଥିବା ଦେଖିବାକୁ ମିଳିଥିଲା। ତେବେ କେଉଁ କାରଣରୁ ହାତୀର ମୃତ୍ୟୁ ହୋଇଛି ତାହା ଅସ୍ପଷ୍ଟ ରହିଛି। ଡାକ୍ତରୀ ଦଳ ପକ୍ଷରୁ ମୃତ ହାତୀର ବ୍ୟବଚ୍ଛେଦ କରାଯାଇଥିବା ବେଳେ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡିବ ବୋଲି ବନବିଭାଗ ପକ୍ଷରୁ ଜଣାପଡିଛି। ଖବର ପାଇବା ପରେ କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅଧିକାରୀ ଅନୁରାଗ ମିଶ୍ର ପହଞ୍ଚି ତଦନ୍ତ କରି ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀଗାଁ ଥାନାରେ ଯୋଗ ଦେଲେ ନୂଆ ଆଇଆଇସି, କହିଲେ ଆପରାଧିକ ନିୟନ୍ତ୍ରଣ ତାଙ୍କ ପାଇଁ…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନାରେ ନୂଆ ଆଇଆଇସି ଭାବେ ବିଜୟ କୁମାର ହାଇବୁରୁ ଗୁରୁବାର ବିଳମ୍ବିତ ରାତିରେ ଯୋଗଦାନ କରିଛନ୍ତି।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri