ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ

କୋକସରା,୧୦।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ କାଶିବାହାଲ କେନାଲ ପାର୍ଶ୍ୱ ଚାଷ ଜମିରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ କୋକସରା ପୋଲିସ ଉଦ୍ଧାର କରିଛି। ମୃତକ ହେଲେ କନ୍ଦାବୁଟୁରା ପଞ୍ଚାୟତ ତୁନଗାଁର ସୋମନାଥ ଶବରଙ୍କ ସ୍ତ୍ରୀ ସୁରେଖା ଶବର(୫୦)।

ମିଳିଥିବା ସୂଚନା ମୁତାବକ, ଚାଷି କୈବଲ୍ୟ ମାଝୀ ନିଜ ଚାଷ ଜମିକୁ କାମ କରିବାକୁ ଯାଇଥିବା ବେଳେ ଜମି ହୁଡ଼ାରେ ଥିବା ଏକ ଗଛରେ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖି କାଶିବାହାଲ ସରପଞ୍ଚଙ୍କୁ ଜଣାଇଥିଲେ । ସରପଞ୍ଚ ପ୍ରତିନିଧି ରୁଦ୍ର ନାଏକ କୋକସରା ଥାନାକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ହେଲେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଏନେଇ କୋକସରା ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୧୮/୨୩) ରୁଜୁ ହୋଇଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଉ ସାଧିଲା ଅଦିନିଆ ବର୍ଷା: ବର୍ଷକର ଆହାର ଚିନ୍ତାରେ ଚାଷୀ

ନିରାକାରପୁର/ଜଟଣୀ/ ବାଣପୁର, ୨୩ା୧୨ (ମାନସ ଚନ୍ଦ୍ର ପଟ୍ଟନାୟକ/ ରବୀନ୍ଦ୍ରନାଥ ମହାକୁଡ଼/ ଦିଲୀପ ସ୍ବାଇଁ) ଲଘୁଚାପଜନିତ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଯେଉଁ...

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri