ସୁନ୍ଦରଗଡ,୨୫।୧୦(ଡି.ଏନ.ଏ.): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ଭେଡାବାହାଲ ବଘିଆପଡା ଅଙ୍ଗନଓ୍ବାଡି କେନ୍ଦ୍ର ସମ୍ମୁଖରୁ ମଙ୍ଗଳବାର ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ସ୍ଥାନୀୟ କଲୋନୀ ପଡାର ଦେବୀ ଦାସ(୨୨)। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଯୁବକଙ୍କ ମୁଣ୍ଡରେ ଶକ୍ତ ଆଘାତ ଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରୁଛି। ପୋଲିସ ଯୁବକଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ସୁନ୍ଦରଗଡ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଛି। ଏହାସହ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ୍ ସହୟତାରେ ପୋଲିସ ତଦନ୍ତ ଆରମ୍ଭ କରିଛି।