ପାହାଡ଼ରୁ ମିଳିଲା ୨ ଗଳିତ ମୃତଦେହ

ଔପଦା,୨୨।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଧୀନ ଦେବଗିରି ପାହାଡ଼ ଶିଖରରୁ ବୁଧବାର ୨ ଆଦିବାସୀଙ୍କର ଗଳିତ ମୃତଦେହ ଜବତ ହୋଇଛି। ୮ଦିନ ହେଲା ଏମାନେ ଗ୍ରାମରୁ ନିଖୋଜ ଥିଲେ। ସେମାନେ ଆତ୍ମହତ୍ୟା କରିଛନ୍ତି ନା ସେମାନଙ୍କୁ ହତ୍ୟା କରାଯାଇଛି ଏନେଇ ସ୍ପଷ୍ଟ ହୋଇନାହିଁ। ପୋଲିସ ପହଞ୍ଚତ୍ ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତକ ଦ୍ୱୟ ହେଲେ ସୋର ଥାନା ମାଣିପୁର ପଞ୍ଚାୟତ ହଦ ଅଞ୍ଚଳର ଖୁଣ୍ଟିଆ ମାଝୀ ଓ ପାର୍ବତୀ ମୁର୍ମୁ।
ଖୁଣ୍ଟିଆ ମାଝୀ ପୂର୍ବରୁ ବିବାହିତ ଥିଲେ। ଗତବର୍ଷ ଅସୁସ୍ଥତା ଯୋଗୁ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିଲା। ପାର୍ବତୀ ମୁର୍ମୁ ମଧ୍ୟ ବିବାହିତା ଥିଲେ। ତାଙ୍କ ସ୍ବାମୀଙ୍କର ମଧ୍ୟ ମୃତ୍ୟୁ ହୋଇଯାଇଛି। ଉଭୟ ଖୁଣ୍ଟିଆ ଓ ପାର୍ବତୀ ସ୍ବାମୀ ସ୍ତ୍ରୀ ଭଳି ଚଳୁଥିବା ଗ୍ରାମବାସୀ କହିଛନ୍ତି। ଏହାକୁ ଗ୍ରାମବାସୀ ବିରୋଧ କରିବାରୁ ସେମାନେ ୮ଦିନ ହେଲା ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରି ନ ପାଇବାରୁ ପୋଲିସକୁ ଅବଗତ କରାଇଥିଲେ। ମାତ୍ର ପୋଲିସ ତାଙ୍କ ପତ୍ତା ପାଇପାରି ନ ଥିଲା। ବୁଧବାର ଜାତପଦା ଗ୍ରାମର କେତେଜଣ ଲୋକ ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବା ବେଳେ ଗୋଟିଏ ସ୍ଥାନରେ ୨ ଜଣଙ୍କର ମୃତଦେହ ପଡ଼ିଥିବା ଦେଖିଥିଲେ। ଏହି ଘଟଣା ଚାରିଆଡ଼େ ପ୍ରଚାରିତ ହେବା ପରେ ପରିବାର ଲୋକେ ମୃତଦେହକୁ ଚିହ୍ନଟ କରିଥିଲେ। ମୃତଦେହ ନିକଟରେ ଏକ ବୋତଲ, ଶାର୍ଟ ଓ ଗିନା ପଡ଼ିଥିବା ଦେଖିବାକୁ ମିଳିଛି। ପାହାଡ଼ର ଉକ୍ତ ସ୍ଥାନ ଔପଦା ଓ ସୋର ଥାନାର ସୀମାରେ ଥିବାରୁ ଉଭୟ ଥାନା ମଧ୍ୟରେ ଟଣାଓଟରା ଲାଗିଥିଲା। ଶେଷରେ ଦୁଇ ପରିବାରଙ୍କ ପକ୍ଷରୁ ଔପଦା ଥାନାରେ ଅଭିଯୋଗ ପରେ ପୋଲିସ ପକ୍ଷରୁ ପୃଥକ୍‌ ଭାବେ ୨ଟି ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ପୋଲିସ ମୃତଦେହ ଦ୍ୱୟକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ବୋନସ ଦାବି ତେଜିଲା…

ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍‌ ଏମ୍ପ୍ଲୟିଜ୍‌ ଟ୍ରେଡ୍‌ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍‌...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ଏହି ତାରିଖ ଯାଏ କରିପାରିବେ ଆବେଦନ

ଭୁବନେଶ୍ୱର,୧୯।୯: ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ନଭେମ୍ବର ମାସ ୮ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଚାଷୀମାନେ cmkissan.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri