ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ, ମିଳିବ…

ଭୁବନେଶ୍ୱର,୭ା୧୨: ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନରେ କାର୍ଯ୍ୟରତ ମଧ୍ୟାହ୍ନଭୋଜନ ପାଚିକାଙ୍କ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାର ସଦସ୍ୟଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ (ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ) ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପୋଷଣ ସ୍ଥିତିରେ ସୁଧାର ଆଣିବା ପାଇଁ କେନ୍ଦ୍ର ସରକାରଙ୍କ ଦ୍ବାରା ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା କାର୍ଯ୍ୟକାରୀ ହେଉଛି। ଏହି ଯୋଜନା ପାଇଁ ବିଦ୍ୟାଳୟରେ ପାଚିକାଙ୍କୁ ନିୟୋଜିତ କରାଯାଇ ସରକାରଙ୍କ ଦ୍ବାରା ସ୍ଥିରୀକୃତ ହାରରେ ପାରିତୋଷିକ ଦିଆଯାଉଛି। ପାଚିକାଙ୍କ ସାମାଜିକ ସୁରକ୍ଷା ନିମନ୍ତେ ଏକ ପ୍ରସ୍ତାବ ସରକାରଙ୍କ ବିଚାରାଧୀନ ଥିଲା। ଏହାକୁ ଦୃଷ୍ଟିରେ ରଖି ମୃତ୍ୟୁକାଳୀନ ସହାୟତା ଆକାରରେ ୧ ଲକ୍ଷ ଟଙ୍କା ପରିବାର ସଦସ୍ୟଙ୍କୁ ଦେବାକୁ ନିଷ୍ପତ୍ତି ନିଆଯାଇଛି। ଏ ବାବଦ ଖର୍ଚ୍ଚ ପ୍ରଧାନମନ୍ତ୍ରୀ ପୋଷଣ ଯୋଜନା ପାଇଁ ଉଦ୍ଦିଷ୍ଟ ବଜେଟରୁ ବହନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri