କୋରାପୁଟରେ ୯ ଶିଶୁଙ୍କ ମୃତ୍ୟୁ ଘଟଣା: ରାଜ୍ୟର ୨ ଜଣିଆ ସ୍ବାସ୍ଥ୍ୟ ଟିମ୍‌ଙ୍କ ସ୍ଥିତି ଅନୁଧ୍ୟାନ

କୋରାପୁଟ/ନାରାୟଣପାଟଣା,୨୯ା୬(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ସୀମାନ୍ତ ନାରାୟଣପାଟଣା ଓ ବନ୍ଧୁଗାଁ ବ୍ଲକ ଅଞ୍ଚଳର ଗତ ୧୫ ଦିନ ମଧ୍ୟରେ ମୋଟ୍‌ ୯ ଶିଶୁଙ୍କ ମୃତ୍ୟୁ ହୋଇଥିବା ଘଟଣାର ପ୍ରକୃତ କାରଣ ଅନୁଧ୍ୟାନ ପାଇଁ ଶନିବାର ରାଜ୍ୟ ଶିଶୁ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ଡାକ୍ତର ଆଦିତ୍ୟ ମହାପାତ୍ର ଓ ରାଜ୍ୟ ୟୁନିସେଫ୍‌ କନ୍‌ସଲଟାଣ୍ଟ ଡାକ୍ତର ଅନିଲ ପଟ୍ଟନାୟକ ନାରାୟଣପାଟଣା ବ୍ଲକର ବିଭିନ୍ନ ଗ୍ରାମ ପରିଦର୍ଶନ କରି ସେଠାରେ କେଉଁ କାରଣ ଯୋଗୁ ଶିଶୁଙ୍କ ମୃତ୍ୟୁ ଘଟିଲା ସେ ନେଇ ଅନୁଧ୍ୟାନ କରିଥିବା ଜଣାଯାଇଛି। ଏହି ଦୁଇ ଜଣିଆ ଟିମ ଶନିବାର ଜିଲାର ନାରାୟଣପାଟଣା ବ୍ଲକର ଗୋତିଗୁଡ଼ା ଓ ଜାମଡ଼ା ବାଲସା ଗ୍ରାମ ପରିଦର୍ଶନ କରିବା ସହିତ ଶିଶୁ ମୃତ୍ୟୁର କାରଣ ଅନୁସନ୍ଧାନ କରିଛନ୍ତି। ସେହିପରି ଏହି ଟିମ୍‌ କୋରାପୁଟ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି ସେ ସମ୍ପର୍କରେ ଗ୍ରାମବାସୀଙ୍କୁ ପଚାରି ବୁଝିଛନ୍ତି। ଶେଷରେ ଏହି ଟିମ୍‌ ନାରାୟଣପାଟଣା ମେଡିକାଲରେ ପହଞ୍ଚି ଶିଶୁ ମୃତ୍ୟୁର କାରଣ ନେଇ ମେଡିକାଲର ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏହି ଟିମ୍‌ ସହିତ ନାରାୟଣପାଟଣା ସ୍ବାସ୍ଥ୍ୟ ଅଧିକାରୀ ବିମଲ ବାଘଙ୍କ ସମେତ ମେଡିକାଲର ବହୁ କର୍ମଚାରୀ ଉପସ୍ଥିତ ଥିଲେ। ରବିବାର କେନ୍ଦ୍ରୀୟ ଟିମ୍‌ ନାରାୟଣପାଟଣା ଓ ବନ୍ଧୁଗାଁ ଅଞ୍ଚଳ ପରିଦର୍ଶନ କରି ଶିଶୁ ମୃତ୍ୟୁର କାରଣ ଖୋଜିବେ ବୋଲି ସ୍ବାସ୍ଥ୍ୟ ବିଭାଗର ବିଶେଷ ସୁତ୍ରରୁ କୁହାଯାଇଛି।

ସୂଚନା ଥାଉକି, ବର୍ତ୍ତମାନ ସୁଦ୍ଧା ଜିଲାର ବନ୍ଧୁଗାଁ ଓ ନାରାୟଣପାଟଣା ବ୍ଲକ ଅଞ୍ଚଳରେ ୯ ଜଣ ଶିଶୁଙ୍କ ମୃତ୍ୟୁ ହୋଇସାରିଛି। ସେଥିମଧ୍ୟରୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ୨ ଜଣଙ୍କ ଡିପ୍‌ଥେରିଆରେ ମୃତ୍ୟୁ ହୋଇଥିବା ମେଡିକାଲ ପକ୍ଷରୁ କୁହାଯାଇଥିବା ବେଳେ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଜଣଙ୍କର ନିମୋନିଆରେ ମୃତ୍ୟୁ ହୋଇଛି। ବାକି ୬ ଶିଶୁଙ୍କ ନାରାୟଣପାଟଣା ଓ ବନ୍ଧୁଗାଁ ବ୍ଲକରେ ଘରେ ରହି ମୃତ୍ୟୁ ଘଟିଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ଜଗିବେ ୧୮୦ ପ୍ଲାଟୁନ ଫୋର୍ସ

ପୁରୀ,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ...

ହୋଇପାରେ ବଡ ଧରଣର ଅଦଳବଦଳ: ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୧।୭: ରାଜ୍ୟ ପ୍ରଶାସନରେ ବଡ ଧରଣର ଅଦଳବଦଳ ହୋଇପାରେ ବୋଲି କୁହାଯାଉଛି । ଏହି ସମୟରେ ଉନ୍ନୟନ କମିଶନର ଅନୁ ଗର୍ଗ ଦିଲ୍ଲୀ ଯିବା ନେଇ...

ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଗୋପାଳପୁର,୧।୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଞ୍ଚଳରେ ଚୋର ଦଳ ସକ୍ରିୟ ହୋଇପଡ଼ିଛନ୍ତି l ଗୋଟିଏ ପରେ ଗୋଟିଏ ଘରେ କଳାକନା ବୁଲାଇ...

୨ଜଣଙ୍କୁ ଦଳିଦେଲା ହାତୀ

ରାଉରକେଲା/ଟେନ୍‌ସା,୧ା୭(ସଙ୍ଗୀତା ଜେନା/ ସମୀର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ହାତୀ ଆତଙ୍କ ଥମୁନାହିଁ। ସୋମବାର ଜିଲାର ପୃଥକ୍‌ ପୃଥକ୍‌ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି।...

ଗାଡ଼ି ଧକ୍କାରେ ଚାଲିଗଲା ହେଟା ବାଘର ଜୀବନ

ଖଡ଼ିଆଳ,୧ା୭(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ୩୫୩ନଂ. ଜାତୀୟ ରାଜପଥର ପୋଡାପାଲି କେନାଲ ତ୍ରିବେଣୀ ଛକ ନିକଟରେ ସୋମବାର ଅଜଣା ଗାଡ଼ି ଧକ୍କାରେ ଏକ...

ପୁଣି ସକ୍ରିୟ ହେଲେ ପାଣ୍ଡିଆନ! ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୧।୭: ରାଜ୍ୟରେ ବିଜେଡି ଶାସନର ଅନ୍ତ ଘଟିଛି। ନିର୍ବାଚନୀରେ ବିଜେଡି କାହିଁକି ହାରିଲା ତା’ର ସମୀକ୍ଷା କରିବା ପାଇଁ ବିଜେଡି ତତ୍ପରତା ଦେଖାଉନଥିବା ଜଣାପଡିଛି। ତେବେ...

ପାଟ୍ରୋଲିଂ ବେଳେ ୧୪୩ କେଜି ଗଞ୍ଜେଇ ଜବତ, ସର୍ଚ୍ଚ ଅପରେଶନ ଜାରି

ଦାରିଙ୍ଗବାଡ଼ି,୧।୭ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପୋଲିସକୁ ପୁଣି ଏକ ବଡ଼ ସଫକତା ମିଳିଛି। ଜଙ୍ଗଲରେ ପାଟ୍ରୋଲିଂ ବେଳେ ୧୪୩...

ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

ଭୁବନେଶ୍ୱର,୧।୭: ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୋମବାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri