ଧରିତ୍ରୀ ପ୍ରତିନିଧିଙ୍କ ଅକାଳ ବିୟୋଗ

ଅନୁଗୋଳ,୨୫।୯: ଧରିତ୍ରୀର ଅନୁଗୋଳ ଜିଲା କଣିହାଁ ବ୍ଲକ ପ୍ରତିନିଧି ସଚିଦାନନ୍ଦ ପ୍ରଧାନଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବବର୍ଷ ବୟସ ହୋଇଥିଲା। ହଠାତ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଣିହାଁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ଦେଖି ମୃତ ବୋଲି ଘୋଷଣା କରିଥିଲେ। ସେ ୧୫ ବର୍ଷରୁ ଅଧିକ ଧରିତ୍ରୀର ଖବରଦାତା ଭାବେ କାମ କରି ଆସୁଥିଲେ।