ଚାଲିଗଲା ଯାତ୍ରୀଙ୍କ ଜୀବନ

ନୂଆପଡ଼ା ଅଫିସ,୪।୪: ନୂଆପଡା ଜିଲା ସଦର ମହକୁମାସ୍ଥିତ ଏକତା ଛକଠାରେ ସୋମବାର ସକାଳେ ଏକ ଅଭାବନୀୟ ଘଟଣା ଘଟି ଯାଇଛି। ଏକ ଘରୋଇ ବସ୍‌ କର୍ମଚାରୀଙ୍କ ଖାମଖିଆଲି ମନୋଭାବ ଯୋଗୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବରଗଡ ଜିଲା ପାଇକମାଲ ଥାନା ଛେତେଙ୍ଗା ଗ୍ରାମର ମହେନ୍ଦ୍ର ପଟେଲ (୩୪)। ପ୍ରାପ୍ତ ସୂଚନା ମୁତାବକ ଏକ ଘରୋଇ ବସ୍‌ ଯୋଗେ ମହେନ୍ଦ୍ର କୌଣସି କାମରେ ଭୋର ସକାଳୁ ରାୟପୁର ଯାଉଥିଲେ। ନୂଆପଡା ପହଞ୍ଚତ୍ବା ପୂର୍ବରୁ ବରତୁଣ୍ଡା ନିକଟରେ ସେ ଅସୁସ୍ଥ ଅନୁଭବ କରିଥିଲେ। ତାଙ୍କ ସହିତ ସିଟରେ ବସିଥିବା ଜଣେ ବ୍ୟକ୍ତି ବସ୍‌ କର୍ମଚାରୀଙ୍କୁ ଜଣାଇଥିଲେ। ହେଲେ ବସ କର୍ମଚାରୀ ନୂଆପଡାରେ ଓହ୍ଲାଇବାକୁ ଦେବୁ ବୋଲି କହିଥିଲେ। ନୂଆପଡା ଏକତା ଛକରେ ଛାଡି ପଲାଇ ଯାଇଥିଲେ। ସେଠାରେ ମହେନ୍ଦ୍ର ଛଟପଟ ହୋଇ ପ୍ରାୟ ଅଧା ଘଣ୍ଟା ପଡି ରହିବା ପରେ ଚେତାଶୂନ୍ୟ ହୋଇ ଯାଇଥିଇଲେ। ନୂଆପଡା ଥାନା ପୋଲିସ ଖବର ପାଇ ମହେନ୍ଦ୍ରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏକତା ଛକଠାରୁ ଜିଲା ମୁଖ୍ୟ ଚିକିତ୍ସାଳୟ ମାତ୍ର ୧୦୦ ମିଟର ଦୂର। ବସ୍‌ କର୍ମଚାରୀ ଚାହିଁଥିଲେ ଚିକିତ୍ସାଳୟକୁ ପହଞ୍ଚାଇ ପାରିଥାନ୍ତା ଏବଂ ଏକ ଜୀବନ ବଞ୍ଚତ୍ୟାଇ ପାରିଥାନ୍ତା ବୋଲି ସାଧାରଣରେ ଆଲୋଚନା ହେଉଛି। ସରକାରଙ୍କ ନିୟମ ଅନୁସାରେ ଘରୋଇ ବସ ମାଲିକମାନେ ଚଲାଉ ନାହାନ୍ତି। ବସ୍‌ରେ କୌଣସି ସୁବିଧା ନାହିଁ। ନିଜ ମନମୁତାବକ ଚଲାଉଛନ୍ତି ବୋଲି ସାଧାରଣରେ ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri