ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ

ବଲାଙ୍ଗୀର,୧୯।୨: କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ମିଳିଛି। ସାଲୁଜାଙ୍କୁ ହତ୍ୟା ଧମକ ନେଇ ସହରର ବିଭିନ୍ନ ସ୍ଥାନରେ ପୋଷ୍ଟର ଲଗାଯାଇଛି। ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ପୋଷ୍ଟରରେ ଲେଖାଯାଇଛି। ତେବେ କିଏ ଏବଂ କେଉଁ କାରଣ ପାଇଁ ଏହି ହତ୍ୟା ଧମକ ଦେଇଛନ୍ତି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। ପୋଲିସ ପୋଷ୍ଟର ଜବତ କରି ତଦନ୍ତ ଆରମ୍ଭ କରିଛି।

Share