ରାଜ୍ୟରେ ପୁଣି ୧୭ଜଣଙ୍କ ଜୀବନ ନେଲା କରୋନା: ୧୪ଶହ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ଶନିବାରୁ ପୁଣି କରୋନାଜନିତ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୧୪୧୦କୁ ବୃଦ୍ଧି ପାଇଛି। ଶୁକ୍ରବାର କରୋନାରେ ୧୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟା ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି। ମୃତକଙ୍କ ମଧ୍ୟରେ କଟକ, ମୟୁରଭଞ୍ଜ, ସମ୍ବଲପୁର, ବରଗଡ଼ ଓ ଭୁବନେଶ୍ୱରରୁ ୨ଜଣ ରହିଛନ୍ତି। ସେହିପରି ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, କୋରାପୁଟ, କଳାହାଣ୍ଡି, କେନ୍ଦ୍ରପଡ଼ା ଓ ଭଦ୍ରକରୁ ଜଣେ ଲେଖାଏଁ ମୃତକ ରହିଛନ୍ତି। ତେବେ କରୋନାଜନିତ ମୃତକଙ୍କ ମଧ୍ୟରେ କେତେକ ବ୍ୟକ୍ତି ପୂର୍ବରୁ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇଥିବା ସୂଚନା ରହିଛି।

Share