ମୃତ୍ୟୁ ସଂଖ୍ୟା ୩୦ ତଳେ…

ନୂଆଦିଲ୍ଲୀ, ୨।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାର ଟପିଛି। ଏହା ୩ ହଜାର ୧୫୭ରେ ପହଞ୍ଚିଛି।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୦ ତଳେ ରହିଛି। ଏହା ୨୬ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା୧୯ ହଜାର ଟପିଛି। ଏହା ୧୯ ହଜାର ୫୦୦ ରହିଛି। ସେହିପରି ୨୪ ଘଣ୍ଟାରେ ୨ ହଜାର ୭୨୩ ଜଣ ସୁସ୍ଥ ହୋଇଛନ୍ତି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୯ କୋଟି ୨୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୧ କୋଟି ୨୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।
ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୧,୪୮୫ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୪୭୯ ଜଣ, କେରଳରେ ୩୧୪ ଜଣ, ଉତ୍ତରପ୍ରଦେଶରେ ୨୬୮ ଜଣ, ମହାରାଷ୍ଟ୍ରରେ ୧୬୯ ଜଣ କର୍ନାଟକରେ ୧୦୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share