ପୁଣି ବଢ଼ିଲା ମୃତ୍ୟୁସଂଖ୍ୟା…

ନୂଆଦିଲ୍ଲୀ, ୨୭।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୪୨୧ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୪୯ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୨୦ ହଜାର ତଳେ ରହିଛି। ଏହା ୧୬ ହଜାର ୧୮୭ ରହିଛି। ସେହିପରି ୨୪ ଘଣ୍ଟାରେ ୧ ହଜାର ୮୨୬ ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୧୯ ହଜାର ୪୫୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୮୨ ହଜାର ୨୬୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୪୯୬ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମିଜୋରାମ୍‌ରେ ୧୪୬ ଜଣ, ମହାରାଷ୍ଟ୍ରରେ ୧୩୮ ଜଣ ଏବଂ ଦିଲ୍ଲୀରେ ୧୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୨ କୋଟି ୯୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୨୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୯ କୋଟିରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

Share