ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୨୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୪୫୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୧ଟି ଜିଲାରୁ କରୋନାଜନିତ ହୋଇଥିବା ମୃତ୍ୟୁରେ ସର୍ବାଧିକ କଳାହାଣ୍ଡିରୁ ୪ଜଣ ରହିଛନ୍ତି। ସେହିପରି ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମରୁ ୩ଜଣ ଲେଖାଏ ପ୍ରାଣ ହରାଇଥିବା ବେଳେ ଅନୁଗୋଳ, ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ୨ଜଣଙ୍କ ମୃତ୍ୟୁ ଘଟିଛି। ସେହିଭଳି, ନୂଆପଡ଼ା, ବୌଦ୍ଧ, ଗଜପତି ଓ କୋରାପୁଟରୁ ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।